ମାଞ୍ଜାସୁତାରେ ପୁଣି ଜଣକ ବେକ କଟିଲା

କଟକ,୧୬ା୧ (କାର୍ତ୍ତିକ ସାହୁ) ଗୁଡ଼ିରେ ବ୍ୟବହୃତ ମାଞ୍ଜାସୂତା ଲାଗି ପୁଣି ଜଣକ ବେକ କଟିଛି। ବାଦାମବାଡ଼ି ଅଞ୍ଚଳରେ ମଙ୍ଗଳବାର ଅପରାହ୍ଣରେ ଘଟିଛି ଏଭଳି ଅଘଟଣ। ଆହତ ବ୍ୟକ୍ତି ଜଣକ ହେଲେ ୪୨ ମୌଜା ନହରପଦା ଗ୍ରାମର ଶିବ ପ୍ରସାଦ ପଣ୍ଡା(୪୮)।

ସୂଚନାନୁସାରେ, ଆହତ ଶିବପ୍ରସାଦ ବାଦାମବାଡି ଅଞ୍ଚଳରେ ଯାଉଥିବା ବେଳେ ହଠାତ୍‌ ଗୁଡିସୂତା ତାଙ୍କ ବେକରେ ଲାଗିଯାଇଥିଲା। ଏହାଦ୍ୱାରା ତାଙ୍କ ବେକ କଟିଯାଇଛି। ସେ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଜଣାପଡିଛି।

ଉଲ୍ଲେଖଯୋଗ୍ୟ, ମକର ସଂକ୍ରାନ୍ତି ସୋମବାର ସକାଳୁ ମାଞ୍ଜାସୂତା ଲାଗି ନିଆଳି ଅଞ୍ଚଳର ୨ ଜଣ ଯୁବକ ଆହତ ହୋଇଥିଲେ। ଜଣେ ଯୁବକଙ୍କ ବେକରେ ମାଞ୍ଜାସୁତା ଲାଗି କଟି ଯାଇଥିବା ବେଳେ ଅନ୍ୟ ଜଣଙ୍କ ପାପୁଲି କଟି ରକ୍ତାକ୍ତ ହୋଇଥିଲା। ଯୁବକଦ୍ୱୟ କୌଣସି କାମରେ ବାଇକ ଯୋଗେ ନିଆଳିରୁ କଟକ ଅଭିମୁଖେ ଆସୁଥିଲେ। ଗୋପଳପୁର ନିକଟରେ ଏଭଳି ଅଘଟଣର ସେମାନେ ସାମ୍ନା କରିଥିଲେ। ସେହିପରି ଗତ ସପ୍ତାହରେ ମର୍କତନଗର ସେକ୍ଟର-୧୦ ଅଞ୍ଚଳର ମଧ୍ୟ ଏଭଳି ଅଘଟଣ ଘଟିଥିଲା। ଏଥିରେ ପ୍ରମୋଦ ସାମନ୍ତରାୟ ଓ ବିରିବାଟୀ ଅଞ୍ଚଳର ଭୋଳାଶଙ୍କର ପରିଡ଼ା ବେକରେ ମାଞ୍ଜା ସୂତା ଲାଗି ଆହତ ହୋଇଥିଲେ। ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ରାସ୍ତାରେ ଯାତାୟାତ କରୁଥିବା ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ପୋଲିସ ପ୍ରଶାସନ ଏ ଦିଗରେ ଧ୍ୟାନ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri