ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର ହୋଇଛି। ଏହି ଘଟଣାରେ ଖଣ୍ଡା ଓ ଭୁଜାଲିରେ ଆକ୍ରମଣ ଯୋଗୁ ଦୁଇ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ କଟକ ଏସ୍‌ସିବି ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗିରହିଥିଲା। ଶନିବାର ନିକଟସ୍ଥ ଷଷ୍ଠୀ ଦେବୀ ମନ୍ଦିର ପ୍ରାଙ୍ଗଣରେ ସତ୍‌ସଙ୍ଗ ଚାଲିଥିବା ବେଳେ ବେଦପୁର ଗ୍ରାମର ସିଦ୍ଧାର୍ଥ ମଲ୍ଲିକ, ଶକ୍ତି ମଲ୍ଲିକ, ଗନ୍ଧର୍ବ ମଲ୍ଲିକ ଓ ବୁଲୁ ମଲ୍ଲିକ ଖଣ୍ଡା, ଭୁଜାଲୀ ଓ ଠେଙ୍ଗା ଧରି ସୋମନାଥ ପଣ୍ଡା ଓ ରାକେଶ ପଣ୍ଡାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି।

ପରେ ସେମାନେ ସୋମନାଥ ଓ ରାକେଶଙ୍କ ଉପରେ ଖଣ୍ଡା ଓ ଭୁଜାଲୀରେ ଅତର୍କିତ ଆକ୍ରମଣ କରିଥିବା ଅଭିଯୋଗ ରହିଛି। ଖଣ୍ଡା ଚୋଟରେ ସୋମନାଥଙ୍କ ହାତ କଟିଯାଇଥିବା ବେଳେ ରାକେଶଙ୍କ ଆଙ୍ଗୁଠି କଟିଯାଇଥିବା ଜଣାପଡ଼ିଛି। ଏନେଇ ଆହତଙ୍କ ଦାଦା ବରେନ୍ଦ୍ର କୁମାର ପଣ୍ଡା ବାଙ୍କୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ପରେ ଉଭୟ ଆହତଙ୍କୁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ସେମାନଙ୍କୁ କଟକ ଏସ୍‌ସିବି ମେଡିକାଲ୍‌କୁ ସ୍ଥାନାନ୍ତର କରିଛନ୍ତି।ଖବର ପାଇ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତମାନଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ସହ ଘଟଣାର ବିଭିନ୍ନ ଦିଗ ନେଇ ପୋଲିସ ଛାନଭିନ୍‌ ଜାରି ରଖିଛି।

ଅନ୍ୟପକ୍ଷରେ, ଖଣ୍ଡାରେ ଆକ୍ରମଣ କରିଥିବା ଅଭିଯୁକ୍ତ ଓ ଯୁବକମାନେ ପୂର୍ବରୁ ମଧ୍ୟ ବୋମାମାଡ଼ କରି ମରଣାନ୍ତକ ଆକ୍ରମଣ କରିଥିବା ଏବଂ ଏବେ ମଧ୍ୟ ଖୋଲାଖୋଲି ଭାବେ ବୁଲୁଥିବା ଆହତଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ପୋଲିସ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ନଥିବାରୁ ଏଭଳି ଘଟଣା ବାରମ୍ବାର ଘଟୁଥିବା ଏବଂ ପରିବାରର ଜୀବନ ପ୍ରତି ବିପଦ ରହିଥିବା ସେମାନେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri