ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର ହୋଇଛି। ଏହି ଘଟଣାରେ ଖଣ୍ଡା ଓ ଭୁଜାଲିରେ ଆକ୍ରମଣ ଯୋଗୁ ଦୁଇ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ କଟକ ଏସ୍‌ସିବି ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗିରହିଥିଲା। ଶନିବାର ନିକଟସ୍ଥ ଷଷ୍ଠୀ ଦେବୀ ମନ୍ଦିର ପ୍ରାଙ୍ଗଣରେ ସତ୍‌ସଙ୍ଗ ଚାଲିଥିବା ବେଳେ ବେଦପୁର ଗ୍ରାମର ସିଦ୍ଧାର୍ଥ ମଲ୍ଲିକ, ଶକ୍ତି ମଲ୍ଲିକ, ଗନ୍ଧର୍ବ ମଲ୍ଲିକ ଓ ବୁଲୁ ମଲ୍ଲିକ ଖଣ୍ଡା, ଭୁଜାଲୀ ଓ ଠେଙ୍ଗା ଧରି ସୋମନାଥ ପଣ୍ଡା ଓ ରାକେଶ ପଣ୍ଡାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି।

ପରେ ସେମାନେ ସୋମନାଥ ଓ ରାକେଶଙ୍କ ଉପରେ ଖଣ୍ଡା ଓ ଭୁଜାଲୀରେ ଅତର୍କିତ ଆକ୍ରମଣ କରିଥିବା ଅଭିଯୋଗ ରହିଛି। ଖଣ୍ଡା ଚୋଟରେ ସୋମନାଥଙ୍କ ହାତ କଟିଯାଇଥିବା ବେଳେ ରାକେଶଙ୍କ ଆଙ୍ଗୁଠି କଟିଯାଇଥିବା ଜଣାପଡ଼ିଛି। ଏନେଇ ଆହତଙ୍କ ଦାଦା ବରେନ୍ଦ୍ର କୁମାର ପଣ୍ଡା ବାଙ୍କୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ପରେ ଉଭୟ ଆହତଙ୍କୁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ସେମାନଙ୍କୁ କଟକ ଏସ୍‌ସିବି ମେଡିକାଲ୍‌କୁ ସ୍ଥାନାନ୍ତର କରିଛନ୍ତି।ଖବର ପାଇ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତମାନଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ସହ ଘଟଣାର ବିଭିନ୍ନ ଦିଗ ନେଇ ପୋଲିସ ଛାନଭିନ୍‌ ଜାରି ରଖିଛି।

ଅନ୍ୟପକ୍ଷରେ, ଖଣ୍ଡାରେ ଆକ୍ରମଣ କରିଥିବା ଅଭିଯୁକ୍ତ ଓ ଯୁବକମାନେ ପୂର୍ବରୁ ମଧ୍ୟ ବୋମାମାଡ଼ କରି ମରଣାନ୍ତକ ଆକ୍ରମଣ କରିଥିବା ଏବଂ ଏବେ ମଧ୍ୟ ଖୋଲାଖୋଲି ଭାବେ ବୁଲୁଥିବା ଆହତଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ପୋଲିସ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ନଥିବାରୁ ଏଭଳି ଘଟଣା ବାରମ୍ବାର ଘଟୁଥିବା ଏବଂ ପରିବାରର ଜୀବନ ପ୍ରତି ବିପଦ ରହିଥିବା ସେମାନେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?