ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୩୦।୯(ଡି.ଏନ୍‌.ଏ.): କିଛି ଦିନର ନିରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି ସାମାନ୍ତରେ ହିଂସାକାଣ୍ଡ ଘଟାଇଛନ୍ତି। ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆହତ ୨ ଯବାନ ବାଲ କିଶନ ଓ ସୋନିଦୁଲ ଇସଲାମ ବୋଲି ବିଜାପୁର ଏସ୍‌ପି କୋମଳ ଲୋଚନ କଶ୍ୟପ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲା ହାଲବାପଡ଼ା ଗାଁ ନିକଟରେ ଏହି ବିସ୍ଫୋରଣ ହୋଇଛି। ଗୁରୁବାର ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟକୁ ସୁରକ୍ଷା ଦେବାନେଇ ଯବାନଙ୍କୁ ନିୟୋଜିତ କରାଯାଇଥିଲା। ଯବାନମାନେ ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ କରୁଥିଲେ। ଏହି ସମୟରେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଡି ବିସ୍ଫୋରଣ ଘଟିଥିଲା। ଏଥିରେ ୨ଜଣ ସିଆର୍‌ପିଏଫ୍‌ ଯବାନ ଗୁରତର ଆହତ ହୋଇଥିଲେ। ପାଖରେ ଥିବା ସାଥୀ ଯବାନ ଉଭୟଙ୍କୁ ଉଦ୍ଧାର କରି ବିଜାପୁର ଜିଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri