ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର ଜଣେ ହାବିଲଦାର ଅଲେଖ ଦାସ ଓ ଅନ୍ୟ ଜଣେ ଯବାନ ନାରାୟଣ ଦାସ ଗୁରୁତର ଆହତ ହୋଇଛନ୍ତି l ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲା ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣିଥରେ ସୁରକ୍ଷାବଳକୁ ଟାର୍ଗେଟ କରିଛନ୍ତି । ସରଣ୍ଡା ସ୍ଥିତ ଛୋଟାନାଗରା ଥାନା ଅଞ୍ଚଳର ବାଲିବା ଗାଁ ନିକଟରେ ଚାଲୁ ଥିବା ସର୍ଚ୍ଚ ଅପରେସନ ସମୟରେ ନକ୍ସଲମାନେ ପୂର୍ବରୁ ଖଞ୍ଜିଥିବା  ଦୁଇଟି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି ।

ପ୍ରଥମ ବିସ୍ଫୋରଣରେ କୋବ୍ରା ବଟାଲିଅନ ୨୦୯ର ହାବିଲଦାର ଅଲେଖ ଦାସ ଆହତ ହେଇ ଥିଲେ। ଯାହାର ୩୦ ମିନିଟ ପରେ ଆହତଙ୍କୁ ଉଦ୍ଧାର ପାଇଁ ଯାଉଥିବା ବେଳେ ପୁଣି ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା। ଦ୍ଵିତୀୟ ବିସ୍ଫୋରଣରେ ମଧ୍ୟ ୨୦୯ ବାଟାଲିୟନର ଯବାନ  ନାରାୟଣ ଦାସ ଆହତ ହେଇ ଥିଲେ। ଘଟଣାକୁ ପଶ୍ଚିମ ସିଂହଭୂମ ଜିଲ୍ଲାର ଏସପି ଅମିତ ରେଣୁ ପୁଷ୍ଟି କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ସୁରକ୍ଷାବଳ ନକ୍ସଲ ବିରୋଧୀ ଅଭିଯାନ ଚଳାଉ ଥିବା ବେଳେ ଜଙ୍ଗଲରେ ଏହି ବିସ୍ଫୋରଣ ଘଟିଛି। ଆହତ ଯବାନମାନଙ୍କୁ ପ୍ରଥମିକ ଚିକିତ୍ସା ପରେ ଏୟାରଲିଫ୍ଟ କରି ରାଞ୍ଚିକୁ ପଠାଯାଇଛି। ଘଟଣା ପରେ ସୁରକ୍ଷା ଏଜେନ୍ସିମାନେ ସମ୍ପୂର୍ଣ୍ଣ ଅଞ୍ଚଳରେ ସତର୍କତା ବଢ଼ାଇଛନ୍ତି ଏବଂ ସର୍ଚ୍ଚ ଅପରେସନକୁ ଆହୁରି ତୀବ୍ର କରି ଦିଆଯାଇଛି। ଏହି ଘଟଣା ଏମିତି ସମୟରେ ଘଟିଛି, ଯେତେବେଳେ ସରଣ୍ଡା ଜଙ୍ଗଲରେ ନକ୍ସାଲମାନଙ୍କ ବିରୋଧରେ ଲଗାତାର ଅଭିଯାନ ଚାଲିଛି ଏବଂ ସୁରକ୍ଷାବଳକୁ କ୍ରମାଗତ ମାଓବାଦୀଙ୍କ ବିରୋଧରେ ଅନେକ ସଫଳତା ମଧ୍ୟ ମିଳିଛି।

ନକ୍ସଲମାନଙ୍କ ଏହି ହିଂସାରୁ ଅଞ୍ଚଳରେ ଭୟର ପରିବେଶ ସୃଷ୍ଟି ହୋଇଛି। ଅପରପକ୍ଷେ ପୁଲିସ ପ୍ରଶାସନ ପକ୍ଷରୁ ଗ୍ରାମୀବାସୀଙ୍କୁ ସରଣ୍ଡାର ଗଭୀର ଜଙ୍ଗଲକୁ ନଯିବା ପାଇଁ ଅପିଲ କରାଯାଇଛି ଏବଂ କୌଣସି ସନ୍ଦେହଜନକ କାର୍ଯ୍ୟକଳାପ ଦେଖିଲେ ପୋଲିସକୁ ସୂଚନା ଦେବା ପାଇଁ ଆହ୍ଵାନ କରା ଯାଇଛି। ଉଭୟ ଓଡିଶା – ଝାରଖଣ୍ଡ ସୀମା ରେ ହାଇଆଲର୍ଟ ଜାରି କରି କମ୍ବିଂ ଅପରେସନକୁ ଜୋରଦାର୍ କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri