ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର ଜଣେ ହାବିଲଦାର ଅଲେଖ ଦାସ ଓ ଅନ୍ୟ ଜଣେ ଯବାନ ନାରାୟଣ ଦାସ ଗୁରୁତର ଆହତ ହୋଇଛନ୍ତି l ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲା ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣିଥରେ ସୁରକ୍ଷାବଳକୁ ଟାର୍ଗେଟ କରିଛନ୍ତି । ସରଣ୍ଡା ସ୍ଥିତ ଛୋଟାନାଗରା ଥାନା ଅଞ୍ଚଳର ବାଲିବା ଗାଁ ନିକଟରେ ଚାଲୁ ଥିବା ସର୍ଚ୍ଚ ଅପରେସନ ସମୟରେ ନକ୍ସଲମାନେ ପୂର୍ବରୁ ଖଞ୍ଜିଥିବା  ଦୁଇଟି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି ।

ପ୍ରଥମ ବିସ୍ଫୋରଣରେ କୋବ୍ରା ବଟାଲିଅନ ୨୦୯ର ହାବିଲଦାର ଅଲେଖ ଦାସ ଆହତ ହେଇ ଥିଲେ। ଯାହାର ୩୦ ମିନିଟ ପରେ ଆହତଙ୍କୁ ଉଦ୍ଧାର ପାଇଁ ଯାଉଥିବା ବେଳେ ପୁଣି ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା। ଦ୍ଵିତୀୟ ବିସ୍ଫୋରଣରେ ମଧ୍ୟ ୨୦୯ ବାଟାଲିୟନର ଯବାନ  ନାରାୟଣ ଦାସ ଆହତ ହେଇ ଥିଲେ। ଘଟଣାକୁ ପଶ୍ଚିମ ସିଂହଭୂମ ଜିଲ୍ଲାର ଏସପି ଅମିତ ରେଣୁ ପୁଷ୍ଟି କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ସୁରକ୍ଷାବଳ ନକ୍ସଲ ବିରୋଧୀ ଅଭିଯାନ ଚଳାଉ ଥିବା ବେଳେ ଜଙ୍ଗଲରେ ଏହି ବିସ୍ଫୋରଣ ଘଟିଛି। ଆହତ ଯବାନମାନଙ୍କୁ ପ୍ରଥମିକ ଚିକିତ୍ସା ପରେ ଏୟାରଲିଫ୍ଟ କରି ରାଞ୍ଚିକୁ ପଠାଯାଇଛି। ଘଟଣା ପରେ ସୁରକ୍ଷା ଏଜେନ୍ସିମାନେ ସମ୍ପୂର୍ଣ୍ଣ ଅଞ୍ଚଳରେ ସତର୍କତା ବଢ଼ାଇଛନ୍ତି ଏବଂ ସର୍ଚ୍ଚ ଅପରେସନକୁ ଆହୁରି ତୀବ୍ର କରି ଦିଆଯାଇଛି। ଏହି ଘଟଣା ଏମିତି ସମୟରେ ଘଟିଛି, ଯେତେବେଳେ ସରଣ୍ଡା ଜଙ୍ଗଲରେ ନକ୍ସାଲମାନଙ୍କ ବିରୋଧରେ ଲଗାତାର ଅଭିଯାନ ଚାଲିଛି ଏବଂ ସୁରକ୍ଷାବଳକୁ କ୍ରମାଗତ ମାଓବାଦୀଙ୍କ ବିରୋଧରେ ଅନେକ ସଫଳତା ମଧ୍ୟ ମିଳିଛି।

ନକ୍ସଲମାନଙ୍କ ଏହି ହିଂସାରୁ ଅଞ୍ଚଳରେ ଭୟର ପରିବେଶ ସୃଷ୍ଟି ହୋଇଛି। ଅପରପକ୍ଷେ ପୁଲିସ ପ୍ରଶାସନ ପକ୍ଷରୁ ଗ୍ରାମୀବାସୀଙ୍କୁ ସରଣ୍ଡାର ଗଭୀର ଜଙ୍ଗଲକୁ ନଯିବା ପାଇଁ ଅପିଲ କରାଯାଇଛି ଏବଂ କୌଣସି ସନ୍ଦେହଜନକ କାର୍ଯ୍ୟକଳାପ ଦେଖିଲେ ପୋଲିସକୁ ସୂଚନା ଦେବା ପାଇଁ ଆହ୍ଵାନ କରା ଯାଇଛି। ଉଭୟ ଓଡିଶା – ଝାରଖଣ୍ଡ ସୀମା ରେ ହାଇଆଲର୍ଟ ଜାରି କରି କମ୍ବିଂ ଅପରେସନକୁ ଜୋରଦାର୍ କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?