Posted inଜାତୀୟ

ଆସ୍ଥାଭୋଟ ପୂର୍ବରୁ ୨ ବିଧାୟକଙ୍କ ଇସ୍ତଫା

ପୁଡୁଚେରୀ, ୨୨।୨: ଆସ୍ଥା ଭୋଟ୍‌ର ଦିନକ ପୂର୍ବରୁ ପୁଡ଼ୁଚେରୀର ଆଉ ଦୁଇଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା କଂଗ୍ରେସ ବିଧାୟକ ଲକ୍ଷ୍ମୀନାରାୟଣନ ଇସ୍ତଫା ଦେବା ସହ ଦଳ ଛାଡ଼ିବେ ବୋଲି କହିଛନ୍ତି। ଏଥିସହିତ ସହଯୋଗୀ ଦଳ ଡିଏମ୍‌କେର ବିଧାୟକ ଭେଙ୍କଟେଶ ମଧ୍ୟ ରବିବାର ଇସ୍ତଫା ପ୍ରଦାନ କରିଛନ୍ତି। ଫଳରେ ୨୬ ସଦସ୍ୟ ବିଶିଷ୍ଟ ପୁଡ଼ୁଚେରୀ ବିଧାନସଭାରେ କଂଗ୍ରେସ ସରକାରଙ୍କ ବିଧାୟକ ସଂଖ୍ୟା ୧୨କୁ ହ୍ରାସ ପାଇଛି। ବରିଷ୍ଠ ନେତା ହୋଇ ମଧ୍ୟ ତାଙ୍କୁ ମନ୍ତ୍ରୀପଦ ମିଳିଲାନି। ତେଣୁ ସରକାର ସଂଖ୍ୟାଲଘୁରେ ପରିଣତ ହେବା ପାଇଁ ସେ ଦାୟୀ ନୁହନ୍ତି ବୋଲି ଲକ୍ଷ୍ମୀନାରାୟଣନ୍‌ କହିଛନ୍ତି। ଏପରିକି ନିକଟରେ କଂଗ୍ରେସ ସଭାପତି ପଦରୁ ନମଶିବାୟମଙ୍କ ଇସ୍ତଫା ପରେ ମଧ୍ୟ ତାଙ୍କୁ ଦଳ ମୁଖ୍ୟ କରାଗଲା ନାହିଁ। ନମଶିବାୟମ କଂଗ୍ରେସରୁ ଇସ୍ତଫା ଦେଇ ଭାଜପାରେ ଯୋଗଦେଇଥିବାବେଳେ ଲକ୍ଷ୍ମୀନାରାୟଣନ୍‌ ମଧ୍ୟ ଉକ୍ତ ଦଳକୁ ଯାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସମର୍ଥକମାନଙ୍କ ସହ ଆଲୋଚନା ପରେ ସେ ପରବର୍ତ୍ତୀ ନିଷ୍ପତ୍ତି ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri