ଆଣ୍ଟିଜେନ୍‌ ଟେଷ୍ଟରେ ୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ: ଏହି ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌

ପାଟଣା,୧୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତର ଦୁଇଜଣ ବ୍ୟକ୍ତିଙ୍କର ମଙ୍ଗଳବାର ଆଣ୍ଟିଜେନ୍‌ ଟେଷ୍ଟ ପରେ ପଜିଟିଭ୍‌ ବାହାରିବା ପରେ ଉଭୟଙ୍କୁ କେନ୍ଦୁଝର କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଜଣଙ୍କର ବୟସ ୧୮ ହୋଇଥିବା ବେଳେ ଆଉ ଜଣଙ୍କର ବୟସ ୩୨। ଜଣେ ଯୋଡ଼ାରେ ରହି ଏକ କମ୍ପାନୀରେ କାମ କରି ଘରକୁ ଫେରିଥିବା ବେଳେ ଅନ୍ୟ ଜଣଙ୍କ ଚମ୍ପୁଆସ୍ଥିତ ନିଜ ଶ୍ୱଶୁର ଘରକୁ ଯାଇ ଗାଁକୁ ଫେରିଥିଲେ।
ଅନ୍ୟପକ୍ଷରେ କପୁଣ୍ଡି ଗ୍ରାମରେ କ୍ୟାମ୍ପ୍‌ କରାଯାଇ ୪୧ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି। ସେମାନଙ୍କ ମଧ୍ୟରୁ ଏହି ୨ ଜଣଙ୍କର ପଜିଟିଭ୍‌ ଚିହ୍ନଟ ହୋଇଛି। ଏହାପରେ ସରପଞ୍ଚ ବିଜୟ ପାଇଦା ପଞ୍ଚାୟତକୁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri