ଆସୁଛି ଦୁଇ ଦୁଇଟି ଲଘୁଚାପ: ଲାଗି ରହିବ ୧୦ ଦିନ ବର୍ଷା

ଭୁବନେଶ୍ୱର,୧୯।୯(ବ୍ୟୁରୋ: ବଙ୍ଗୋପସାଗରକୁ ଲଗାତାର ଆସୁଛି ଦୁଇ ଦୁଇଟି ଲଘୁଚାପ । ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌ ଏନ୍‌ଭରମେଣ୍ଟ ଆଣ୍ଡ୍‌ କ୍ଲାଇମେଟ’ ପକ୍ଷରୁ ଏହି ଆକଳନ କରାଯାଇଛି।

ଦକ୍ଷିଣ ଚୀନ ସାଗରରୁ ଏହି ଘୂର୍ଣ୍ଣିବଳୟ ଆସୁଛି। ଯାହାର ପ୍ରଭାବରେ ଆସନ୍ତା ୨୫ ଏବଂ ୨୮ ତାରିଖରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଓଡ଼ିଶାରେ ପ୍ରବଳ ବର୍ଷା ହେବା ହେବା ନେଇ ଆକଳନ କରାଯାଇଛି। ଦଷିଣ ଚୀନ ସାଗରରୁ ସୃଷ୍ଟ ଘୂର୍ଣ୍ଣିବଳୟ ପଶ୍ଚିମାଞ୍ଚଳ ମିଆମାର ଏବଂ ଥାଇଲାଣ୍ଡ ଦେଇ ବଙ୍ଗୋପସାଗରେ ପହଞ୍ଚତ୍ବ। ଏହି ଘୂର୍ଣ୍ଣିବଳୟ ମଧ୍ୟରୁ ଗୋଟିଏ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବେଳେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ଆସୁଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ୨୫ ତାରିଖରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତି ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୨୬ ତାରିଖରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୮ ତାରିଖରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବନ୍ୟା ହେବାର ଆଶଙ୍କା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri