ଆସୁଛି ଦୁଇ ଦୁଇଟି ଲଘୁଚାପ: ଲାଗି ରହିବ ୧୦ ଦିନ ବର୍ଷା

ଭୁବନେଶ୍ୱର,୧୯।୯(ବ୍ୟୁରୋ: ବଙ୍ଗୋପସାଗରକୁ ଲଗାତାର ଆସୁଛି ଦୁଇ ଦୁଇଟି ଲଘୁଚାପ । ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌ ଏନ୍‌ଭରମେଣ୍ଟ ଆଣ୍ଡ୍‌ କ୍ଲାଇମେଟ’ ପକ୍ଷରୁ ଏହି ଆକଳନ କରାଯାଇଛି।

ଦକ୍ଷିଣ ଚୀନ ସାଗରରୁ ଏହି ଘୂର୍ଣ୍ଣିବଳୟ ଆସୁଛି। ଯାହାର ପ୍ରଭାବରେ ଆସନ୍ତା ୨୫ ଏବଂ ୨୮ ତାରିଖରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଓଡ଼ିଶାରେ ପ୍ରବଳ ବର୍ଷା ହେବା ହେବା ନେଇ ଆକଳନ କରାଯାଇଛି। ଦଷିଣ ଚୀନ ସାଗରରୁ ସୃଷ୍ଟ ଘୂର୍ଣ୍ଣିବଳୟ ପଶ୍ଚିମାଞ୍ଚଳ ମିଆମାର ଏବଂ ଥାଇଲାଣ୍ଡ ଦେଇ ବଙ୍ଗୋପସାଗରେ ପହଞ୍ଚତ୍ବ। ଏହି ଘୂର୍ଣ୍ଣିବଳୟ ମଧ୍ୟରୁ ଗୋଟିଏ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବେଳେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ଆସୁଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ୨୫ ତାରିଖରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତି ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୨୬ ତାରିଖରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୮ ତାରିଖରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବନ୍ୟା ହେବାର ଆଶଙ୍କା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri