Posted inରାଜ୍ୟ

ଆସୁଛି ୨ ଲଘୁଚାପ, ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବାତ୍ୟା ‘ୱିଫା’ଯୋଗୁ…

ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା)- ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଏକ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୁରୁବାର ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ କ୍ରମଶଃ ଲଘୁଚାପର ରୂପ ନେବ। ଫଳରେ ବୁଧବାର ସମସ୍ତ ୨୧ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଝାରସୁଗୁଡ଼ା, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ବରଗଡ଼, ନୂଆପଡ଼ା, ଦେବଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ସେହିଭଳି ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ୨୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ବିହାରର ମଧ୍ୟଭାଗରୁ ଝାଡ଼ଖଣ୍ଡ ଦେଇ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ ରହିଛି। ଏହା ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏ ନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବା ପାଇଁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri