ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ଘଟଣା: ୨ମୁଖ୍ୟ ଅଭିଯୁକ୍ତ ଗିରଫ

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନାଙ୍କ ସହ ୩ ଆର୍‌ଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର ବେହେରାଙ୍କୁ ଆକ୍ରମଣକାରି ଲହୁଲୁହାଣ ଘଟଣାରେ ଗଞ୍ଜାମ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଦୁଇ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ପଚରାଉଚରା ଚଳାଇଛି।
ଏନେଇ ପୋଲିସ ଏକ ମାମଲା(ନଂ.୬୯/୨୨) ରୁଜୁ କରିଛି। ମାମଲାର ତଦନ୍ତ ଦାୟିତ୍ୱ ଏସ୍‌ଡିପିଓ ଗୌତମ କିଷାନ ନେଇଛନ୍ତି l ଗିରଫ ଅମଭିଯୁକ୍ତମାନଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି।

ସୂଚନାଯୋଗ୍ୟ, ମାଳି ଜଗନ୍ନାଥପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଥିବା ତହସିଲ କାର୍ଯ୍ୟାଳୟକୁ ସୂଚନା ମିଳିଥିଲା। ଏନେଇ ଗଞ୍ଜାମ ଅତିରିକ୍ତ ତହସିଲଦାର ଜେନା ଏବଂ ୩ ଆର୍‌ଆଇ ଘଟଣାସ୍ଥଳରେ ଚଢ଼ାଉ କରିଥିଲେ।

ସେତିକିବେଳେ ୪ ଜଣ ବାଲି ବ୍ୟବସାୟୀ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଏପରି କି ସେମାନ ବନ୍ଧୁକ ଦେଖାଇ ଜୀବନରେ ତାଙ୍କୁ ମାରି ଦେବାକୁ ଧମକ ଦେଇଥିଲେ। ଅନ୍ୟପକ୍ଷେ ଅଧିକାରୀମାନଙ୍କ ସୁନାଚେନ୍‌, ମୁଦି, ମୋବାଇଲ ଫୋନ୍‌ ସହ ପର୍ସ ଛଡ଼ାଇ ଫେରାର ହୋଇଯାଇଥିଲେ। ଏନେଇ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଗଞ୍ଜାମ ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ମଧ୍ୟ ଗିରଫକରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଞ୍ଜାମ ଥାନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?