Odisha Elections 2024

ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଦୁଇ ବଡ଼ ପ୍ରତିଦ୍ୱନ୍ଦ୍ୱୀ, ଫଳାଫଳକୁ ଅପେକ୍ଷା

ଓ୍ବାଶିଂଟନ,୮ା୫: ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ରିପବ୍ଲିକାନ ଏବଂ ଡେମୋକ୍ରାଟିକ୍‌ ଦଳ ମଧ୍ୟରେ ପ୍ରାର୍ଥୀ ଚୟନ କରିବାକୁ ପ୍ରାଥମିକ ନିର୍ବାଚନ ଚାଲିଛି। ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରାଥମିକ ନିର୍ବାଚନରେ ଜିତିଛନ୍ତି। ତେବେ ପ୍ରାର୍ଥୀ ହେବା ପାଇଁ ଉଭୟ ନେତା ନିଜ ନିଜ ଦଳରୁ ଆବଶ୍ୟକ ପ୍ରତିନିଧିଙ୍କ ସମର୍ଥନ ଗ୍ରହଣ କରିସାରିଛନ୍ତି।

ଆମେରିକାର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମଙ୍ଗଳବାରର ବିଜୟ ସହିତ ଟ୍ରମ୍ପଙ୍କୁ ୫୮ ଜଣ ପ୍ରତିନିଧିଙ୍କ ସମର୍ଥନ ମିଳିଛି। ଇଣ୍ଡିଆନା ରିପବ୍ଲିକାନ ଭୋଟ୍‌ରେ ୭୭ ବର୍ଷୀୟ ଟ୍ରମ୍ପ ଏକମାତ୍ର ସକ୍ରିୟ ପ୍ରାର୍ଥୀ ଥିଲେ। ସେହିଭଳି ଇଣ୍ଡିଆନା ଡେମୋକ୍ରାଟିକ୍‌ ପ୍ରାଥମିକ ନିର୍ବାଚନରେ ବାଇଡେନ ସମସ୍ତ ୭୯ ପ୍ରତିନିଧିଙ୍କ ସମର୍ଥନ ମଧ୍ୟ ପାଇଛନ୍ତି। ଟ୍ରମ୍ପଙ୍କ ପରି ବାଇଡେନ ଇଣ୍ଡିଆନାର ଡେମୋକ୍ରାଟିକ୍‌ ଭୋଟର ଏକମାତ୍ର ପ୍ରତିଦ୍ୱନ୍ଦ୍ୱୀ ଥିଲେ।

ନଭେମ୍ବର ୫ରେ ଡେମୋକ୍ରାଟିକ୍‌ ପାର୍ଟିର ବାଇଡେନ ଏବଂ ରିପବ୍ଲିକାନ ପାର୍ଟିର ଟ୍ରମ୍ପଙ୍କ ମଧ୍ୟରେ ଆଉ ଏକ ପ୍ରତିଯୋଗିତା ହେବ। ଅନ୍ୟପକ୍ଷରେ, ଜର୍ଜିଆ ସିନେଟ୍‌ ପାଇଁ ନିର୍ବାଚନ ଲଢୁଥିବା ଭାରତୀୟ ବଂଶୋଦ୍ଭବ ଅଶ୍ୱିନ ରାମସ୍ବାମୀ ୨,୮୦,୦୦୦ ଡଲାରରୁ ଅଧିକ ଆୟ କରିଛନ୍ତି, ଯାହା ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶାନ ଷ୍ଟିଲ୍‌ଙ୍କ ଠାରୁ ୨୨ଗୁଣ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ...

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌, ୬ ଦିନରେ ୨୫,୯୦୦ ମାମଲା

ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri