ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମାଓବାଦୀ, ଖୋଲିଲେ ଏସବୁ ପୋଲ୍‌

ମାଲକାନଗିରି,୧୨ା୭(ସ୍ବ.ପ୍ର.): ରବିବାର ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦୁଇ ହାର୍ଡକୋର ମାଓବାଦୀ। ଏହି ଦୁଇଜଣ ହେଲେ କାନା ମାଢି ଓ ମହିଳା ମାଓବାଦୀ ଲାକେ ପୁନେମ। ଦୀର୍ଘଦିନ ଧରି ଉଭୟ ମାଓବାଦୀ ସଙ୍ଗଠନରେ ସକ୍ରିୟ ରହିଥିଲେ। ତେବେ ଏମାନେ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ଏପରି ନିଷ୍ପତ୍ତି ନେଇଛନ୍ତି । ଆଉ ଏହା ମାଓବାଦୀ ସଙ୍ଗଠନକୁ ବଡ଼ ଝଟ୍‌କା ବୋଲି କୁହାଯାଉଛି।


ସୂଚନାଯୋଗ୍ୟ, କାନା ମାଢ଼ି ମାଓବାଦୀ ସଙ୍ଗଠନରେ ଏସିଏମ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ସେହିପରି ଲାକେ ପୁନେମ ମାଓବାଦୀ ସଙ୍ଗଠନର ସଦସ୍ୟା ଥିଲେ। ତାଙ୍କ ନାମରେ ୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ଏମାନେ ଉଭୟ ସ୍ବାଭିମାନ ଅଞ୍ଚଳ ମାଓବାଦୀ ସଙ୍ଗଠନରେ କାର୍ଯ୍ୟରତ ଥିଲେ। ମାଲକାନଗିରି ବିଚ୍ଛିନ୍ନାଞ୍ଚଳ ସ୍ବାଭିମାନ ଅଞ୍ଚଳ ରୂପେ ପରିଣତ ହେବା ପରେ ଏହା ଏମାନଙ୍କୁ ବେଶ୍‌ ପ୍ରଭାବିତ କରିଥିଲା। ଅଞ୍ଚଳର ବିକାଶ ଓ ପୋଲିସର ପଦକ୍ଷେପ ଇତ୍ୟାଦି ପରେ ଦୁହେଁ ମାଓବାଦୀ ସଙ୍ଗଠନ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ଆତ୍ମସମର୍ପଣ କରି ସଙ୍ଗଠନର ପୋଲ୍‌ ଖୋଲିଛନ୍ତି। ମାଓବାଦୀ ସଙ୍ଗଠନରେ କାର୍ଯ୍ୟ କରୁଥିବା ବେଳେ ତେଲୁଗୁ କ୍ୟାଡରମାନେ ଅନ୍ୟ ମାଓବାଦୀଙ୍କୁ ଶୋଷଣ କରୁଥିଲେ। ମାଓବାଦୀ ସଙ୍ଗଠନରେ ତେଲଗୁ କ୍ୟାଡରଙ୍କ ବିଶେଷ ପ୍ରଭାବ ରହିଥିବା ଏମାନେ ଅଭିଯୋଗ ମଧ୍ୟ କରିଛନ୍ତି। ଉଭୟ ସିଲାକୋଟା ଏନ୍‌କାଉଣ୍ଟର ଏବଂ ଜଣେ ବିଧାୟକଙ୍କ ହତ୍ୟାକାଣ୍ଡ ଆଦିି ବଡ଼ ବଡ଼ ମାଓବାଦୀ କାର୍ଯ୍ୟକଳାପରେ ସାମିଲ ଥିଲେ। ପୋଲିସ ଏମାନଙ୍କ ନାଁରେ ପୁରସ୍କାର ରାଶି ମଧ୍ୟ ଘୋଷଣା କରିଥିଲା। ତେବେ ଏମାନେ ଆତ୍ମସମର୍ପଣ କରିବା ପରେ ଅନ୍ୟ ମାଓବାଦୀଙ୍କୁ ମଧ୍ୟ ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ମାଲକାନଗିରି ଏସ୍‌ପି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri