କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ ଗୋଟିଏ ପରିବାର ର କକା ଓ ପୂତୁରଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଏହା ସହିତ ପରିବାରର ଅନ୍ୟଜଣେ ଏବେ ମଧ୍ୟ କିଡନୀ ରୋଗର ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥବାରୁ ତାଙ୍କୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ପରିବାର ଲୋକେ ପ୍ରଶାସନକୁ ଅନୁରୋଧ କରିଛନ୍ତି।

ସୂଚନା ଅନୁସାରେ ବହଳପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଗ୍ରାମରେ ଗତ ସୋମବାର ଦିନ ଅନିଲ ଲାକ୍ରା (୫୦) ଙ୍କ କିଡନୀ ରୋଗରେ ମୃତ୍ୟ ହୋଇଥିଲା। ତାଙ୍କର ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ ନଥିବା ହେତୁ ସେ ମାଗଣା ଚିକିତ୍ସା ହୋଇ ପାରି ନଥିଲେ। ସେ ଜଣେ ଅତ୍ୟନ୍ତ ଗରିବ ବ୍ୟକ୍ତି ହୋଇଥିବାରୁ ଚିକିତ୍ସାରେ ଆର୍ଥିକ ସମସ୍ୟା ଦେଖା ଦେଇଥିଲା। ଫଳରେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ କିଡନୀ ରୋଗର ଡାକ୍ତର ନ ଥିବା ଓ କିଡନୀ ରୋଗୀଙ୍କ ଚିକିତ୍ସା ସୁବିଧା ମିଳୁ ନ ଥିବା ସତ୍ତ୍ବେ ସେଠାରେ ଚିକିତ୍ସିତ ହେଉଥିଲେ। ମୃତ ଅନିଲଙ୍କ ୪ ପୁଅ ଓ ୩ ଝିଅ ମଧ୍ୟରୁ ବଡ଼ ଦୁଇ ପୁଅ ଦାଦନ ଯାଇ ପରିବାର ଚଳାଇବା ସହିତ ତାଙ୍କ ବାପାଙ୍କ ଚିକିତ୍ସା ପାଇଁ ଔଷଧ କିଣି ଦେଉଥିଲେ।
ଏହା ସହିତ ଅନିଲଙ୍କ ପୁତୁରା ଅମିତ ଲାକ୍ରା (୩୦) ଙ୍କ ମଧ୍ୟ ଗୁରୁବାର ଦିନ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଅମିତ ମଧ୍ୟ ପରିବାର ଚଳିବା ପାଇଁ ଜଣେ ଦାଦନ ଭାବେ ରାଜ୍ୟ ବାହାରେ କାମ କରୁଥିଲେ। ଅମିତଙ୍କ ବାପା ବିର୍ସା ମଧ୍ୟ ଜଣେ କିଡନୀ ରୋଗୀ। ବିର୍ସା ୪ ବର୍ଷ ହେଲା କିଡନୀ ରୋଗର ଆକ୍ରାନ୍ତ ହୋଇଛନ୍ତି। ଆର୍ଥିକ ସମସ୍ୟା ଯୋଗୁଁ ସେ ଆଉ କୌଣସି ଡ଼ାକ୍ତର ଖାନାକୁ ନଯାଇ ବୈଦ୍ୟରାଜଙ୍କ ଠାରୁ ଆୟୁୁର୍ବେଦିକ ଔଷଧ ବ୍ୟବହାର କରୁଛନ୍ତି ।

ପରିବାରରେ ଦୁଇ ଦୁଇ ଜଣଙ୍କ ମୃତ୍ୟୁ ପରେ ଉକ୍ତ ପରିବାର ଏବେ ଅସହାୟ ହୋଇ ପଡିଛନ୍ତି। ମୃତ ଅମିତଙ୍କ ବାପା ତଥା ଅନିଲଙ୍କ ବଡ଼ ଭାଇ ତାଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ପ୍ରଶାସନକୁ ଅନୁରୋଧ କରିଛନ୍ତି। ଏହା ସହିତ ତାଙ୍କର ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ଅନୁରୋଧ ଯାଇଛନ୍ତି। ତେବେ ପ୍ରଶାସନ ତୁରନ୍ତ ଏହି ପରିବାର କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri