କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ ଗୋଟିଏ ପରିବାର ର କକା ଓ ପୂତୁରଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଏହା ସହିତ ପରିବାରର ଅନ୍ୟଜଣେ ଏବେ ମଧ୍ୟ କିଡନୀ ରୋଗର ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥବାରୁ ତାଙ୍କୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ପରିବାର ଲୋକେ ପ୍ରଶାସନକୁ ଅନୁରୋଧ କରିଛନ୍ତି।

ସୂଚନା ଅନୁସାରେ ବହଳପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଗ୍ରାମରେ ଗତ ସୋମବାର ଦିନ ଅନିଲ ଲାକ୍ରା (୫୦) ଙ୍କ କିଡନୀ ରୋଗରେ ମୃତ୍ୟ ହୋଇଥିଲା। ତାଙ୍କର ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ ନଥିବା ହେତୁ ସେ ମାଗଣା ଚିକିତ୍ସା ହୋଇ ପାରି ନଥିଲେ। ସେ ଜଣେ ଅତ୍ୟନ୍ତ ଗରିବ ବ୍ୟକ୍ତି ହୋଇଥିବାରୁ ଚିକିତ୍ସାରେ ଆର୍ଥିକ ସମସ୍ୟା ଦେଖା ଦେଇଥିଲା। ଫଳରେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ କିଡନୀ ରୋଗର ଡାକ୍ତର ନ ଥିବା ଓ କିଡନୀ ରୋଗୀଙ୍କ ଚିକିତ୍ସା ସୁବିଧା ମିଳୁ ନ ଥିବା ସତ୍ତ୍ବେ ସେଠାରେ ଚିକିତ୍ସିତ ହେଉଥିଲେ। ମୃତ ଅନିଲଙ୍କ ୪ ପୁଅ ଓ ୩ ଝିଅ ମଧ୍ୟରୁ ବଡ଼ ଦୁଇ ପୁଅ ଦାଦନ ଯାଇ ପରିବାର ଚଳାଇବା ସହିତ ତାଙ୍କ ବାପାଙ୍କ ଚିକିତ୍ସା ପାଇଁ ଔଷଧ କିଣି ଦେଉଥିଲେ।
ଏହା ସହିତ ଅନିଲଙ୍କ ପୁତୁରା ଅମିତ ଲାକ୍ରା (୩୦) ଙ୍କ ମଧ୍ୟ ଗୁରୁବାର ଦିନ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଅମିତ ମଧ୍ୟ ପରିବାର ଚଳିବା ପାଇଁ ଜଣେ ଦାଦନ ଭାବେ ରାଜ୍ୟ ବାହାରେ କାମ କରୁଥିଲେ। ଅମିତଙ୍କ ବାପା ବିର୍ସା ମଧ୍ୟ ଜଣେ କିଡନୀ ରୋଗୀ। ବିର୍ସା ୪ ବର୍ଷ ହେଲା କିଡନୀ ରୋଗର ଆକ୍ରାନ୍ତ ହୋଇଛନ୍ତି। ଆର୍ଥିକ ସମସ୍ୟା ଯୋଗୁଁ ସେ ଆଉ କୌଣସି ଡ଼ାକ୍ତର ଖାନାକୁ ନଯାଇ ବୈଦ୍ୟରାଜଙ୍କ ଠାରୁ ଆୟୁୁର୍ବେଦିକ ଔଷଧ ବ୍ୟବହାର କରୁଛନ୍ତି ।

ପରିବାରରେ ଦୁଇ ଦୁଇ ଜଣଙ୍କ ମୃତ୍ୟୁ ପରେ ଉକ୍ତ ପରିବାର ଏବେ ଅସହାୟ ହୋଇ ପଡିଛନ୍ତି। ମୃତ ଅମିତଙ୍କ ବାପା ତଥା ଅନିଲଙ୍କ ବଡ଼ ଭାଇ ତାଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ପ୍ରଶାସନକୁ ଅନୁରୋଧ କରିଛନ୍ତି। ଏହା ସହିତ ତାଙ୍କର ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ଅନୁରୋଧ ଯାଇଛନ୍ତି। ତେବେ ପ୍ରଶାସନ ତୁରନ୍ତ ଏହି ପରିବାର କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri