୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ କିଡ୍‌ନୀ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ପୁଣି ଚାରି ଦିନ ମଧ୍ୟରେ ଗୋଟିଏ ପରିବାରର ଦୁଇ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତରର ସୁରଧାପାଲି (ହୋତାପାଲି) ଗ୍ରାମରେ ୪ ଦିନ ମଧ୍ୟରେ ଗୋଟିଏ ପରିବାରର କକା ଓ ପୁତୁରାଙ୍କ ମୃତ୍ୟୁ କିଡ୍‌ନୀ ରୋଗର ହୋଇଥିବା ଅଭିଯୋଗ ହୋଇଛି। ହୋତାପାଲି ଗ୍ରାମର ଅନିଲ ଲାକ୍ରା (୫୦) ଓ ତାଙ୍କ ପୁତୁରା ଅମିତ ଲାକ୍ରା (୩୦)ଙ୍କ ମୃତ୍ୟୁ ପରେ ଅଞ୍ଚଳରେ ଆତଙ୍କ ଖେଳେଇ ଯାଇଛି। ଅନୀଲଙ୍କ ଗତ ସୋମବାର ମୃତ୍ୟୁ ହୋଇଥିବାବେଳେ ଗୁରୁବାର ତାଙ୍କ ପୁତୁରା ଅମିତଙ୍କ ମୃତ୍ୟୁ ହୋଇଛି। ଅନୀଲ ଗତ ଦୁଇ ବର୍ଷ ହେଲା କିଡ୍‌ନୀ ରୋଗର ଆକ୍ରାନ୍ତ ଥିଲେ। ପ୍ରଥମେ ତାଙ୍କ ଜ୍ୱର ହେବାରୁ ତାଙ୍କ ବୀରମହାରାଜପୁର ମେଡିକାଲ ଯାଇଥିଲେ। ସେଠାରେ ପରୀକ୍ଷା ପରେ ତାଙ୍କୁ କିଡ୍‌ନୀ ରୋଗ ହୋଇଥିବା ଜାଣିବାକୁ ମିଳିଥିଲା। ଅନୀଲଙ୍କ ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ ନ ଥିଲା। ଏହା ସହିତ ସେ ଜଣେ ଗରିବ ବ୍ୟକ୍ତି ହୋଇଥିବାରୁ ତାଙ୍କର ଆର୍ଥିକ ଅବସ୍ଥା ଭଲ ନ ଥିଲା। ଜମି କେବଳ ୨ ଏକର ମାତ୍ର। ତାଙ୍କର ୪ ପୁଅ ଓ ୩ ଝିଅ। ସେମାନଙ୍କ ମଧ୍ୟରୁ ବଡ଼ ଦୁଇ ପୁଅ ବାହାର ରାଜ୍ୟକୁ ଦାଦନ ଯାଇ ପରିବାର ଚଳାଉ ଥିଲେ। ଏପଟେ ସ୍ବାସ୍ଥ୍ୟ କାର୍ଡ ନ ଥିବାରୁ ଏବଂ ଅର୍ଥ ଅଭାବରୁ ଯୋଗୁ ଅନିଲଙ୍କ ଅଧିକ ଚିକିତ୍ସା ହୋଇ ପାରି ନ ଥିଲା। ସୋମବାର ଅନିଲ ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ନେଇଥିଲେ। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।
ସେହିପରି ଅନିଲଙ୍କ ପୁତୁରା ଅମିତ ଲାକ୍ରାଙ୍କ ମୃତ୍ୟୁ ମଧ୍ୟ କିଡ୍‌ନୀ ରୋଗରେ ଗୁରୁବାର ହୋଇଛି। ଗତ ଅକ୍ଟୋବର ୨୫ରେ ତାଙ୍କୁ କିଡ୍‌ନୀ ହୋଇଥିବା ଜଣାପଡ଼ିଥିଲା। ସେ ବୀରମହାରାଜପୁର ମେଡିକାଲ ପରେ ସୋନପୁର ଜିଲା ମୁଖ୍ୟ ଚିକିତ୍ସାଳୟ, ବୁର୍ଲା ବଡ଼ ମେଡ଼ିକାଲ ଓ ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ। ଗତ ଗୁରୁବାର ଅମିତ ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ମେଡିକାଲକୁ ନେଉଥିବା ବେଳେ ବାଟରେ ମୃତ୍ୟୁ ହୋଇଥିଲା। ମୃତ ଅମିତ ବିବାହିତ ହୋଇଥିବାବେଳେ ତାଙ୍କର ଗୋଟିଏ ଦୁଇ ବର୍ଷର ପୁଅ ଓ ୮ ବର୍ଷର ଝିଅ ଅଛନ୍ତି। ଅମିତ ମଧ୍ୟ ଅତ୍ୟନ୍ତ ଗରିବ ଶ୍ରେଣୀର ଅଟନ୍ତି। ସେ ମଧ୍ୟ ଦାଦନ ଯାଇ ତାଙ୍କ ପରିବାର ଚଳାଇଥିଲେ। ଅମିତଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଅସହାୟ ହୋଇପଡ଼ିଛି। ଗୋଟିଏ ପରିବାରର ଦୁଇ ଦୁଇ ଜଣଙ୍କ ମୃତ୍ୟୁ ହୋଇ ପଡ଼ିଥିବାବେଳେ ତାଙ୍କ ପରିବାର ଅସହାୟ ହୋଇପଡ଼ିଛନ୍ତି। ଏହା ବ୍ୟତୀତ ଅମିତଙ୍କ ବାପା ବିର୍ସା ଲାକ୍ରା ମଧ୍ୟ ୪ ବର୍ଷ ହେବା କିଡ୍‌ନୀରେ ଆକ୍ରାନ୍ତ ହୋଇ ଏବେ ଆର୍ଥିକ ସମସ୍ୟା ଯୋଗୁ ଆୟୁର୍ବେଦିକ ଔଷଧ ବ୍ୟବହାର କରୁଛନ୍ତି। ତେବେ ପରିବାରରେ ନିଜ ଭାଇ ଓ ପୁତ୍ରଙ୍କ କିଡ୍‌ନୀରେ ମୃତ୍ୟୁ ପରେ ସେ ସରକାରୀ ସହାୟତା ପାଇଁ ଦାବି କରିଛନ୍ତି। ଏନେଇ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟର ମେଡିକାଲ ଅଫିସର ଡ. ସୁବାସ ପଣ୍ଡାଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେ କଲ ଗ୍ରହଣ କରି ନ ଥିଲେ। ତେଣୁ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

ବିକାଶ: ସ୍ବପ୍ନ ଓ ବାସ୍ତବତା

ଖବରକାଗଜ ବା ଟିଭି ଚାନେଲ ଖୋଲିଲେ ବିକଶିତ ଭାରତ କଥା ଶୁଣିବାକୁ ବା ପଢ଼ିବାକୁ ମିଳେ, କିନ୍ତୁ ସେହି ବିକଶିତ ଭାରତର ସ୍ବରୂପ କ’ଣ ହେବ, କାହାର…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri