୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ କିଡ୍‌ନୀ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ପୁଣି ଚାରି ଦିନ ମଧ୍ୟରେ ଗୋଟିଏ ପରିବାରର ଦୁଇ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତରର ସୁରଧାପାଲି (ହୋତାପାଲି) ଗ୍ରାମରେ ୪ ଦିନ ମଧ୍ୟରେ ଗୋଟିଏ ପରିବାରର କକା ଓ ପୁତୁରାଙ୍କ ମୃତ୍ୟୁ କିଡ୍‌ନୀ ରୋଗର ହୋଇଥିବା ଅଭିଯୋଗ ହୋଇଛି। ହୋତାପାଲି ଗ୍ରାମର ଅନିଲ ଲାକ୍ରା (୫୦) ଓ ତାଙ୍କ ପୁତୁରା ଅମିତ ଲାକ୍ରା (୩୦)ଙ୍କ ମୃତ୍ୟୁ ପରେ ଅଞ୍ଚଳରେ ଆତଙ୍କ ଖେଳେଇ ଯାଇଛି। ଅନୀଲଙ୍କ ଗତ ସୋମବାର ମୃତ୍ୟୁ ହୋଇଥିବାବେଳେ ଗୁରୁବାର ତାଙ୍କ ପୁତୁରା ଅମିତଙ୍କ ମୃତ୍ୟୁ ହୋଇଛି। ଅନୀଲ ଗତ ଦୁଇ ବର୍ଷ ହେଲା କିଡ୍‌ନୀ ରୋଗର ଆକ୍ରାନ୍ତ ଥିଲେ। ପ୍ରଥମେ ତାଙ୍କ ଜ୍ୱର ହେବାରୁ ତାଙ୍କ ବୀରମହାରାଜପୁର ମେଡିକାଲ ଯାଇଥିଲେ। ସେଠାରେ ପରୀକ୍ଷା ପରେ ତାଙ୍କୁ କିଡ୍‌ନୀ ରୋଗ ହୋଇଥିବା ଜାଣିବାକୁ ମିଳିଥିଲା। ଅନୀଲଙ୍କ ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ ନ ଥିଲା। ଏହା ସହିତ ସେ ଜଣେ ଗରିବ ବ୍ୟକ୍ତି ହୋଇଥିବାରୁ ତାଙ୍କର ଆର୍ଥିକ ଅବସ୍ଥା ଭଲ ନ ଥିଲା। ଜମି କେବଳ ୨ ଏକର ମାତ୍ର। ତାଙ୍କର ୪ ପୁଅ ଓ ୩ ଝିଅ। ସେମାନଙ୍କ ମଧ୍ୟରୁ ବଡ଼ ଦୁଇ ପୁଅ ବାହାର ରାଜ୍ୟକୁ ଦାଦନ ଯାଇ ପରିବାର ଚଳାଉ ଥିଲେ। ଏପଟେ ସ୍ବାସ୍ଥ୍ୟ କାର୍ଡ ନ ଥିବାରୁ ଏବଂ ଅର୍ଥ ଅଭାବରୁ ଯୋଗୁ ଅନିଲଙ୍କ ଅଧିକ ଚିକିତ୍ସା ହୋଇ ପାରି ନ ଥିଲା। ସୋମବାର ଅନିଲ ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ନେଇଥିଲେ। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।
ସେହିପରି ଅନିଲଙ୍କ ପୁତୁରା ଅମିତ ଲାକ୍ରାଙ୍କ ମୃତ୍ୟୁ ମଧ୍ୟ କିଡ୍‌ନୀ ରୋଗରେ ଗୁରୁବାର ହୋଇଛି। ଗତ ଅକ୍ଟୋବର ୨୫ରେ ତାଙ୍କୁ କିଡ୍‌ନୀ ହୋଇଥିବା ଜଣାପଡ଼ିଥିଲା। ସେ ବୀରମହାରାଜପୁର ମେଡିକାଲ ପରେ ସୋନପୁର ଜିଲା ମୁଖ୍ୟ ଚିକିତ୍ସାଳୟ, ବୁର୍ଲା ବଡ଼ ମେଡ଼ିକାଲ ଓ ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ। ଗତ ଗୁରୁବାର ଅମିତ ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ମେଡିକାଲକୁ ନେଉଥିବା ବେଳେ ବାଟରେ ମୃତ୍ୟୁ ହୋଇଥିଲା। ମୃତ ଅମିତ ବିବାହିତ ହୋଇଥିବାବେଳେ ତାଙ୍କର ଗୋଟିଏ ଦୁଇ ବର୍ଷର ପୁଅ ଓ ୮ ବର୍ଷର ଝିଅ ଅଛନ୍ତି। ଅମିତ ମଧ୍ୟ ଅତ୍ୟନ୍ତ ଗରିବ ଶ୍ରେଣୀର ଅଟନ୍ତି। ସେ ମଧ୍ୟ ଦାଦନ ଯାଇ ତାଙ୍କ ପରିବାର ଚଳାଇଥିଲେ। ଅମିତଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଅସହାୟ ହୋଇପଡ଼ିଛି। ଗୋଟିଏ ପରିବାରର ଦୁଇ ଦୁଇ ଜଣଙ୍କ ମୃତ୍ୟୁ ହୋଇ ପଡ଼ିଥିବାବେଳେ ତାଙ୍କ ପରିବାର ଅସହାୟ ହୋଇପଡ଼ିଛନ୍ତି। ଏହା ବ୍ୟତୀତ ଅମିତଙ୍କ ବାପା ବିର୍ସା ଲାକ୍ରା ମଧ୍ୟ ୪ ବର୍ଷ ହେବା କିଡ୍‌ନୀରେ ଆକ୍ରାନ୍ତ ହୋଇ ଏବେ ଆର୍ଥିକ ସମସ୍ୟା ଯୋଗୁ ଆୟୁର୍ବେଦିକ ଔଷଧ ବ୍ୟବହାର କରୁଛନ୍ତି। ତେବେ ପରିବାରରେ ନିଜ ଭାଇ ଓ ପୁତ୍ରଙ୍କ କିଡ୍‌ନୀରେ ମୃତ୍ୟୁ ପରେ ସେ ସରକାରୀ ସହାୟତା ପାଇଁ ଦାବି କରିଛନ୍ତି। ଏନେଇ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟର ମେଡିକାଲ ଅଫିସର ଡ. ସୁବାସ ପଣ୍ଡାଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେ କଲ ଗ୍ରହଣ କରି ନ ଥିଲେ। ତେଣୁ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?