ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ ସାହିର ଦୁଇ ସାଙ୍ଗ ଶ୍ରୀ ନୀଳକଣ୍ଠେଶର ମନ୍ଦିର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଅସାବଧାନତା କାରଣରୁ ପୋଖରୀ ଓ୍ବାଲ ଖସଡ଼ାରେ ଖସି ଯାଇ ଆର୍‌.ସାଲୋନି ପାତ୍ର(୮) ଗଭୀର ପାଣି ଭିତରକୁ ଚାଲିଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ସାଙ୍ଗ ଏନ. ରାଜେଶ୍ୱରୀ ପାତ୍ର ପାଣିରେ ବୁଡି ଯାଇଥିଲେ। ପୋଖରୀରେ ଗାଧୋଉଥିବା କିଛି ବ୍ୟକ୍ତି ରାଜେଶ୍ୱରୀଙ୍କୁ ଉଦ୍ଧାର କରିଥିବା ବେଳେ ସାଲୋନିଙ୍କ ସନ୍ଧାନ ମିଳି ନ ଥିଲା। ଖବରପାଇ ଦିଗପହଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସାଲୋନି ଏବଂ ରାଜେଶ୍ୱରୀଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସାଲୋନିଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଅସୁସ୍ଥ ରାଜେଶ୍ୱରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦିଗପହଣ୍ଡି ପୋଲିସ ଟିମ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥାନା ଅପମୃତ୍ୟୁ ମାମଲା ନଂ.୪୬/୨୫ ଅନୁଯାୟୀ ସାଲୋନିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ସାଲୋନିଙ୍କ ବାପା ଆର୍‌.ଘନ ପାତ୍ର ଗୁଜରାଟର ସୁରାଟସ୍ଥିତ ଲୁଗାକଳରେ କାମ କରି ସେଠାରେ ଥିବା ବେଳେ ମା’ ଚାଷଜମିକୁ ଧାନ କାଟିବାକୁ ଚାଲିଯାଇଥିଲେ। ଗାଁ ସ୍କୁଲରେ ୩ୟ ଶ୍ରେଣୀରେ ପଢୁଥିବା ୨ ସାଙ୍ଗ ପ୍ରତିଦିନ ଭଳି ରବିବାର ସକାଳେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri