ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ ସାହିର ଦୁଇ ସାଙ୍ଗ ଶ୍ରୀ ନୀଳକଣ୍ଠେଶର ମନ୍ଦିର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଅସାବଧାନତା କାରଣରୁ ପୋଖରୀ ଓ୍ବାଲ ଖସଡ଼ାରେ ଖସି ଯାଇ ଆର୍‌.ସାଲୋନି ପାତ୍ର(୮) ଗଭୀର ପାଣି ଭିତରକୁ ଚାଲିଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ସାଙ୍ଗ ଏନ. ରାଜେଶ୍ୱରୀ ପାତ୍ର ପାଣିରେ ବୁଡି ଯାଇଥିଲେ। ପୋଖରୀରେ ଗାଧୋଉଥିବା କିଛି ବ୍ୟକ୍ତି ରାଜେଶ୍ୱରୀଙ୍କୁ ଉଦ୍ଧାର କରିଥିବା ବେଳେ ସାଲୋନିଙ୍କ ସନ୍ଧାନ ମିଳି ନ ଥିଲା। ଖବରପାଇ ଦିଗପହଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସାଲୋନି ଏବଂ ରାଜେଶ୍ୱରୀଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସାଲୋନିଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଅସୁସ୍ଥ ରାଜେଶ୍ୱରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦିଗପହଣ୍ଡି ପୋଲିସ ଟିମ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥାନା ଅପମୃତ୍ୟୁ ମାମଲା ନଂ.୪୬/୨୫ ଅନୁଯାୟୀ ସାଲୋନିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ସାଲୋନିଙ୍କ ବାପା ଆର୍‌.ଘନ ପାତ୍ର ଗୁଜରାଟର ସୁରାଟସ୍ଥିତ ଲୁଗାକଳରେ କାମ କରି ସେଠାରେ ଥିବା ବେଳେ ମା’ ଚାଷଜମିକୁ ଧାନ କାଟିବାକୁ ଚାଲିଯାଇଥିଲେ। ଗାଁ ସ୍କୁଲରେ ୩ୟ ଶ୍ରେଣୀରେ ପଢୁଥିବା ୨ ସାଙ୍ଗ ପ୍ରତିଦିନ ଭଳି ରବିବାର ସକାଳେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri