ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ମିଳିଥିବା ସୂଚନା ମୁତାବକ, ନାବାଳିକା ଦ୍ୱୟ ସ୍କୁଲରୁ ଫେରି ଗାଁ ପୋଖରୀରେ ଗାଧୋଉଥିଲେ। ସେତିକିବେଳେ ସେମାନେ ପାଣିରେ ବୁଡ଼ି ଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି।

Share