କୋଲାବ ଜଳଭଣ୍ଡାରରେ ବୁଡ଼ିିଗଲେ ୨ ନାବାଳକ

ସୁନାବେଡା, ୧୪ା୧୨(ସ୍ବ.ପ୍ର.)-ମାଲକାନଗିରି ଜିଲା ସୁନାବେଡ଼ା ପୌର ପରିଷଦ ସେମିଳିଗୁଡା ହନୁମାନ ନଗର ନିକଟସ୍ଥ କୋଲାବ ଜଳଭଣ୍ଡାରରେ ବୁଡ଼ିି ୨ଜଣ ନାବାଳକଙ୍କ ସୋମବାର ମୃତ୍ୟୁ ହୋଇଛି। ସେମାନେ ହେଲେ ନୟାଗଡ ଅଞ୍ଚଳର ପ୍ରଭାତ କୁମାର ଦଳାଇଙ୍କ ପୁଅ ଶୁଭ୍ରାଂଶୁ ଶେଖର ଦଳାଇ (୧୬ ) ଏବଂ ରାଉରକେଲାର ରଞ୍ଜନ କୁମାର ବେହେରାଙ୍କ ପୁଅ ଆଶିଷ ବେହେରା (୧୩)। ଖବରରୁ ଜଣାପଡିଛି, ସେମିଳିଗୁଡା ହନୁମାନ ନଗର ବାସିନ୍ଦା ରାମଚନ୍ଦ୍ର ନାୟକଙ୍କ ପୁଅ ଉମାକାନ୍ତ ନାୟକଙ୍କ ୧୧ରେ ବାହାଘର ଭୋଜି ଥିଲା। ଏଥିରେ ଯୋଗ ଦେବାକୁ ତାଙ୍କ ସମ୍ପର୍କୀୟମାନେ ସେମିଳିଗୁଡା ଆସିଥିଲେ। ସୋମବାର ପୂର୍ବାହ୍ନ ୧୧ଟାରେ ଶୁଭ୍ରାଂଶୁ ଓ ଆଶିଷ ନିକଟସ୍ଥ କୋଲାବ ଜଳଭଣ୍ଡାର ନିକଟରେ ଖେଳୁଥିବା ବେଳେ ହଠାତ ଜଣେ ପାଣି ଭିତରକୁ ଖସି ପଡିଥିଲେ। ଅନ୍ୟ ଜଣେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ପାଣି ଭିତରକୁ ଖସିପଡିଥିଲେ। ଫଳରେ ଉଭୟେ ବୁଡିଯିବାରୁ ସେମାନଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ସେମିଳିଗୁଡା ଅଗ୍ନିଶମ ବିଭାଗ କର୍ମଚାଚାରୀମାନେ ସେମାନଙ୍କୁ ଜଳଭଣ୍ଡାରରେ ଖୋଜାଖୋଜି କରି ପାଇଥିଲେ। ଉଭୟଙ୍କୁ ସୁନାବେଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ୯/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri