ନଦୀରେ ଭାସିଗଲେ ଦୁଇ ନାବାଳିକା, ଜଣେ ଉଦ୍ଧାର, ଜଣେ ନିଖୋଜ

କୋଟଗଡ଼,୧୬ା୯(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ଜୁଡ଼ାବାଲିଠାରେ ଶନିବାର ଏକ ଅଘଟଣ ଘଟିଛି।

ଆଜି ମଧ୍ୟାହ୍ନରେ ଜୁଡ଼ାବାଲିର ୬ ନାବାଳିକା ଗାଧୋଇବା ପାଇଁ ଶ୍ରଲିଗୁଡ଼ା ନଦୀକୁ ଯାଇଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଦୁଇ ଜଣ ନାବାଳିକା ଭାସିଯାଇଥିଲେ। ଏହି ଖବର ପାଇ ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ଦୁଇଜଣଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ହେଲେ ଜଣଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ଅନ୍ୟ ଜଣଙ୍କୁ ଖୋଜାଖୋଜି କରି ନ ପାଇବାରୁ ସ୍ଥାନୀୟ ଲୋକେ କୋଟଗଡ଼ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଗାଁ ଲୋକଙ୍କ ସହାୟତାରେ ଖୋଜାଖୋଜି କରିଥିଲେ। ତେବେ ଭାସିଯାଇଥିବା ଚାନ୍ଦିନୀ ମଲିକ(୧୪) ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ନାବାଳିକା ଜଣକ ଅଳନ୍ତି ଗଉଁତିଆ। ଘଟଣାସ୍ଥଳରେ କୋଟଗଡ଼ ଥାନା ଅଧିକାରୀ ପ୍ରଦୀପ କୁମାର ରାଉଳ, ତହସିଲଦାର ଦିବାକର ମାଝି ଓ ବିଡିଓ ଅର୍ଜୁନ ପ୍ରଧାନ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri