ଜଲାପୁଟ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ଓଲଟି ଦୁଇ ନାବାଳକ ନିଖୋଜ

କୋରାପୁଟ,୧।୨(ଅମିତାଭ ବେହେରା): କୋରାପୁଟ ଜିଲା ଆନ୍ଧ୍ର ସୀମାନ୍ତ ଜଲାପୁଟ ଜଳଭଣ୍ଡାର ତଳ ପାର୍ଶ୍ୱ ନଦୀରେ ଡଙ୍ଗାରେ ଚଢ଼ି ସେଲଫି ନେବା କାଳ ହୋଇଛି। ସେଲଫି ଉଠାଇବା ବେଳେ ଡ଼ଙ୍ଗା ଓଲଟି ଦୁଇଜଣ ନାବାଳକ ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା ଘଟିଛି କୋରାପୁଟ ଜିଲା ମାଛକୁଣ୍ଡ ଥାନା ଜଲାପୁଟ ଜଳଭଣ୍ଡାରରେ। ନିଖୋଜ ଦୁଇ ନାବାଳକ ଶିବ ହନ୍ତାଳ ଏବଂ ଅମିତ ହନ୍ତାଳ ବୋଲି ସୂଚନା ମିଳିଛି। ସେମାନେ ଜଳାପୁଟ ଗ୍ରାମର ବୋଲି ଜଣାପଡିଛି । ଅନ୍ୟ ଜଣେ ନାବାଳକ ଗୌତମ ଖେମୁଣ୍ଡୁ ପହଁରି ବାହାରକୁ ଆସିଥିବା ସୂଚନା ମିଳିଛି।

ତିନି ଜଣ ନାବାଳକ ଜଳାପୁଟ ଡ୍ୟାମ୍‌ ନିକଟକୁ ଗାଧୋଇବାକୁ ଯାଇଥିଲେ। ନଦୀରେ ଗାଧୋଇବା ପରେ ଏକ କାଠ ଡ଼ଙ୍ଗାରେ ଠିଆ ହୋଇ ସେଲଫି ଉଠାଉଥିଲେ। ସେତିକିବେଳେ ଡ଼ଙ୍ଗା ଓଲଟି ପଡିଥିଲା। ନିଖୋଜ ନାବାଳକମାନେ ଜଲାପୁଟ ଉଚ୍ଚ ବିଦ୍ୟାଳୟର ଛାତ୍ର ବୋଲି ଜଣାପଡିଛି । ଖବର ପାଇଁ ଅଞ୍ଚବାସୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସନ୍ଦାନ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri