ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ ୨ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି।

ସ୍ଥାନୀୟ ଗ୍ରାମର ଜଣେ ଯୁବକ ମାରଣାସ୍ତ୍ର ଧରି ଦୀର୍ଘ ଅଧଘଣ୍ଟାକାଳ କାର୍ଯ୍ୟାଳୟରେ ଉତ୍ପାତ କରିବା ଫଳରେ ସେଠାରେ ସମସ୍ତଙ୍କ ଭିତରେ ଭୟ ଖେଳିଯାଇଥିଲା। ତେବେ ଯୁବକଙ୍କ ଏପରି କରିବା ପଛର କାରଣ ଜଣାପଡ଼ିନାହିଁ।

ଯୁବକ ଜଣଙ୍କ ଅପରାହ୍ନରେ ହଠାତ ଖଣ୍ଡା ଧରି ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଭିତରକୁ ପଶିଆସିଥିଲେ। କେହି କିଛି ଜାଣିବା ପୂର୍ବରୁ ସେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଭଙ୍ଗାରୁଜା କରିଥିଲେ। ଏହି ଘଟଣା ପରେ ଅଧିକାରୀ, କର୍ମଚାରୀମାନେ ଭୟରେ କାର୍ଯ୍ୟାଳୟ ବାହାରକୁ ବାହାରି ନ ଥିବା ଜଣାପଡ଼ିଛି।

ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବାବେଳକୁ ସମ୍ପୃକ୍ତ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସିସି ଟିଭି କ୍ୟାମେରାରେ କଏଦ ହୋଇଥିବା ଯୁବକଙ୍କ ସମସ୍ତ କାଣ୍ଡର ଭିଡିଓକୁ ପୋଲିସ ସଂଗ୍ରହ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri