୭୭୦ ହିତାଧିକାରୀଙ୍କୁ ପଟ୍ଟା ବାଣ୍ଟିଲେ ଦୁଇ ବିଧାୟକ

ପୁରୁଷୋତ୍ତମପୁର,୬ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ପଟ୍ଟା ବଣ୍ଟନ ମେଳା ତହସିଲଦାର ବିନୋଦ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଓ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଯୋଗଦେଇ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଜନହିହିତକର ଯୋଜନା ସମ୍ପର୍କରେ ଗୁରୁତ୍ୱାରୋପ କରି ଏହି ପଟ୍ଟାର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବରେ ଛତ୍ରପୁର ଉପଜିଲାପାଳ ଡ.ଶିବାଶିଷ ବରାଳ, ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀ, ଏନ୍‌ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କାଉନସିଲର ଭାସ୍କର ବେହେରା, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଯୋଗଦେଇଥିଲେ। ଏହି ଅବସରରେ ୭୭୦ଟି ପଟ୍ଟା ବଣ୍ଟନ କରାଯାଇଥିଲା। ସେଥିମଧ୍ୟରେ ୭୧ଟି ବିଦ୍ୟାଳୟକୁ ପଟ୍ଟା ପ୍ରଦାନ କରାଯିବା ସହ ୫୬୩ଟି ଗ୍ରାମକଣ୍ଠକ ପଟ୍ଟା, ୧୩୬ଟି ବେବନ୍ଦୋବସ୍ତ ପଟ୍ଟା ବଣ୍ଟନ କରାଯାଇଥିବା ବେଳେ ସରକାରଙ୍କ ନୂତନ ନିୟମ ପ୍ରକାରେ ଦୁଇଖାନା ସଂଶୋଧନ ପ୍ରକ୍ରିୟାରେ ପ୍ରସ୍ତୁତି ହୋଇଥିବା ୨୨୦୭ଟି ପଟ୍ଟାକୁ ମଧ୍ୟ ପ୍ରଦାନ କରାଯିବା ନେଇ ତହସିଲଦାର ବିନୋଦ କୁମାର ବେହେରା କହିଛନ୍ତି। ଏଥିରେ ବହୁ ଜନପ୍ରତିନିଧି ଯୋଗଦେଇଥିବା ବେଳେ ତହସିଲର କର୍ମଚାରୀମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ଭଞ୍ଜନଗରରେ ଏଚ୍‌ପିଭି ଟିକାକରଣ ଶୁଭାରମ୍ଭ, ଜରାୟୁ କର୍କଟ ରୋଗ ପ୍ରତିରୋଧରେ…

ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏଚ୍‌ପିଭି ଟିକାକରଣ କାର୍ଯକ୍ରମର ଶୁଭାରମ୍ଭ ହୋଇଯାଇଛି। ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡାକ୍ତର ସୀତାଂଶୁ ଶେଖର ଶତପଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri