୭୭୦ ହିତାଧିକାରୀଙ୍କୁ ପଟ୍ଟା ବାଣ୍ଟିଲେ ଦୁଇ ବିଧାୟକ

ପୁରୁଷୋତ୍ତମପୁର,୬ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ପଟ୍ଟା ବଣ୍ଟନ ମେଳା ତହସିଲଦାର ବିନୋଦ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଓ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଯୋଗଦେଇ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଜନହିହିତକର ଯୋଜନା ସମ୍ପର୍କରେ ଗୁରୁତ୍ୱାରୋପ କରି ଏହି ପଟ୍ଟାର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବରେ ଛତ୍ରପୁର ଉପଜିଲାପାଳ ଡ.ଶିବାଶିଷ ବରାଳ, ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀ, ଏନ୍‌ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କାଉନସିଲର ଭାସ୍କର ବେହେରା, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଯୋଗଦେଇଥିଲେ। ଏହି ଅବସରରେ ୭୭୦ଟି ପଟ୍ଟା ବଣ୍ଟନ କରାଯାଇଥିଲା। ସେଥିମଧ୍ୟରେ ୭୧ଟି ବିଦ୍ୟାଳୟକୁ ପଟ୍ଟା ପ୍ରଦାନ କରାଯିବା ସହ ୫୬୩ଟି ଗ୍ରାମକଣ୍ଠକ ପଟ୍ଟା, ୧୩୬ଟି ବେବନ୍ଦୋବସ୍ତ ପଟ୍ଟା ବଣ୍ଟନ କରାଯାଇଥିବା ବେଳେ ସରକାରଙ୍କ ନୂତନ ନିୟମ ପ୍ରକାରେ ଦୁଇଖାନା ସଂଶୋଧନ ପ୍ରକ୍ରିୟାରେ ପ୍ରସ୍ତୁତି ହୋଇଥିବା ୨୨୦୭ଟି ପଟ୍ଟାକୁ ମଧ୍ୟ ପ୍ରଦାନ କରାଯିବା ନେଇ ତହସିଲଦାର ବିନୋଦ କୁମାର ବେହେରା କହିଛନ୍ତି। ଏଥିରେ ବହୁ ଜନପ୍ରତିନିଧି ଯୋଗଦେଇଥିବା ବେଳେ ତହସିଲର କର୍ମଚାରୀମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଗାଡ଼ି ଭଙ୍ଗାରୁଜା, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଗୋପାଳପୁର ଗ୍ରାମରେ ମହିଳା ଏଏସ୍‌ଆଇ ଝୁନୁ ମାଝୀ, ଏଏସ୍‌ଆଇ ମନୋଜ ସିଂ ଓ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri