Posted inରାଜ୍ୟ

କରୋନାରେ ଆଉ ୨ ଶିଶୁ ମୃତ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ତୃତୀୟ ଲହର ନ ଆସୁଣୁ ରାଜ୍ୟରେ ଶିଶୁଙ୍କ ପାଇଁ ଘାତକ ହେଉଛି କରୋନା।ଦୈନିକ ସଂକ୍ରମଣ ନିମ୍ନସ୍ତରରେ ଥିଲେ ମଧ୍ୟ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ଶହେ ଉପରେ ରହୁଛି। ଏପରିସ୍ଥଳେ ଜଣଙ୍କ ପରେ ଆଉଜଣେ ଶିଶୁ କରୋନାରେ ଆଖି ବୁଜୁଥିବାରୁ କଅଁଳ ଜୀବନ ପ୍ରତି ଆଗକୁ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ବଲାଙ୍ଗୀରର ଜଣେ ୩ ମାସର ଶିଶୁକନ୍ୟାଙ୍କ କରୋନାରେ ମୃତ୍ୟୁ ଘଟିଥିବା ନେଇ ଗୁୁରୁବାର ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଦେଇଥିଲା। ଶୁକ୍ରବାର ଆଉ ଦୁଇଜଣ ଶିଶୁଙ୍କ ଜୀବନ ନେଇଛି ଏହି ମହାମାରୀ। ରାଜ୍ୟରୁ ମୋଟ ୬୯ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବାବେଳେ ଏମାନଙ୍କ ମଧ୍ୟରେ ମୟୂରଭଞ୍ଜ ଜିଲାର ଜଣେ ୫ ମାସର ଶିଶୁକନ୍ୟା ଓ ଅନ୍ୟଜଣେ କଟକ ଜିଲାର ୧୨ଦିନର ଶିଶୁକନ୍ୟା ଅଛନ୍ତି। ମୃତ ୫ ମାସର ଶିଶୁକନ୍ୟା ହୃଦ୍‌ରୋଗରେ ଆକ୍ରାନ୍ତ ଥିଲେ। ସେହିପରି କଟକ ଜିଲାର ମୃତ ଶିଶୁକନ୍ୟା ହିମୋଗ୍ଲୋବିନୋପାଥିରେ ଆକ୍ରାନ୍ତ ଥିଲେ ବୋଲି ସ୍ବାସ୍ଥ୍ୟ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ୭,୬୯୭କୁ ବୃଦ୍ଧି ପାଇଛି।
ସେପଟେ ରାଜ୍ୟରେ ଗତ ୨୪ଘଣ୍ଟାରେ ୬୯,୫୮୫ ନମୁନା ପରୀକ୍ଷା କରାଯାଇଥିଲା। ୨୬ ଜିଲାରୁ ମୋଟ ୮୧୬ଜଣ କରୋନା ପଜିଟିଭ୍‌ ବାହାରିଛନ୍ତି। ୧୮ ବର୍ଷ ବୟସରୁ କମ୍‌ ବର୍ଗର ୧୦୬ ଜଣ ଆକ୍ରାନ୍ତ ଅଛନ୍ତି, ଯାହା ମୋଟ ସଂକ୍ରମିତ ସଂଖ୍ୟାର ପ୍ରାୟ ୧୩%। ତେବେ ସବୁ ଜିଲାରେ ସଂକ୍ରମଣ କମୁଥିବାବେଳେ ଖୋର୍ଦ୍ଧାରେ ଏବେ ବି ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଜିଲାରୁ ସର୍ବାଧିକ ୨୯୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୧୧୬ଜଣ ଥିବାବେଳେ ବାକି ସବୁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୫୦ତଳକୁ ରହିଛି। ଫଳରେ ରାଜ୍ୟରେ ମୋଟ କରୋନା ପଜିଟିଭ୍‌ ସଂଖ୍ୟା ୧୦,୦୪,୮୭୫ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri