ଆହୁରି ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷିବ: ଏହି ଜିଲାକୁ ରେଡ୍‌ ଓ୍ବାର୍ନିଂ, ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୧୬ା୯: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ସୋମବାର ପାଇଁ ମୟୂରଭଞ୍ଜ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୧ ଜିଲା ପାଇଁ ୟେଲୋ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂ। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବାର ଆଶଙ୍କା ପ୍ରକାଶ କରିଛନ୍ତି ଏସ୍‌ଆର୍‌ସି।

ସେପଟେ ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ ବାଲିଆପାଳ ବ୍ଲକରେ ସର୍ବାଧିକ ଓ ସିମୁଳିଆରେ ସର୍ବନିମ୍ନ ରେକର୍ଡ଼ ହୋଇଛି। ସେହିପରି ଜିଲାରେ ପ୍ରବାହିତ ଜଳକା ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଥିବା ବେଳେ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।
ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳକା ନଦୀ ଅବବାହିକା ସମେତ ନଦୀର ଉପରମୁଣ୍ଡ ପଡ଼ୋଶୀ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁରରେ ଶନିବାର ୮୨ମି.ମି., ମୋରଡ଼ାରେ ୩୦.୨ମି.ମି., ଶୁଳିଆପଦାରେ ୭୦ମି.ମି. ବର୍ଷା କାରଣରୁ ନଦୀର ଜଳସ୍ତର ବୃଦ୍ଧି ପାଉଛି। ମଥାନୀଠାରେ ନଦୀର ବିପଦସଙ୍କେତ ୬.୫୦ ମିଟର ରହିଥିବା ବେଳେ ରବିବାର ରାତି ୮ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୫୧ ମିଟରରେ ପ୍ରବାହିତ ହେଉଛି। ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଉପକୂଳବର୍ତ୍ତୀ ଗ୍ରାମବାସୀ ବନ୍ୟା ଆଶଙ୍କାରେ ଭୟଭୀତ ଅବସ୍ଥାରେ ଅଛନ୍ତି। ଯଦି ବନ୍ୟା ହୁଏ ତେବେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ ପଞ୍ଚାୟତର ଶତାଧିକ ହେକ୍ଟର ଚାଷଜମି ପ୍ରଭାବିତ ହେବାର ଆଶଙ୍କା କରାଯାଉଛି। ଦୁର୍ବଳ ନଦୀବନ୍ଧ ଓ ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିବା ତହସିଲଦାର ରାଧାରଞ୍ଜନ ଦାସ ଓ ଜଳସେଚନ କନିଷ୍ଠଯନ୍ତ୍ରୀ ମହେଶ୍ୱର ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?