ଓଡ଼ିଶାରେ ଲାଗିବ ଆଉ ୨ ଡପଲର ରାଡାର

ନୂଆଦିଲ୍ଲୀ,୧୭ା୧: ଜଳବାୟୁ ପର୍ଯ୍ୟବେକ୍ଷଣ ସାମର୍ଥ୍ୟ ବଢ଼ାଇବା ଲାଗି ଓଡ଼ିଶାରେ ଖୁବ୍‌ଶୀଘ୍ର ଆଉ ୨ଟି ଡପଲର ରାଡାର ସ୍ଥାପନ କରାଯିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି। ଗୋଟିଏ ସମ୍ବଲପୁରରେ ଏବଂ ଅନ୍ୟଟି ବାଲେଶ୍ୱରରେ ଲାଗିବ ବୋଲି ଆଇଏମ୍‌ଡି ଗଣମାଧ୍ୟମକୁ ସୂଚନା ଦେଇଛି। ୨୦୨୫ ବେଳକୁ ସାରା ଦେଶକୁ ଡପଲର ରାଡାର ପରିସରଭୁକ୍ତ କରାଯିବ। ସେଥିପାଇଁ ଆଉ ୨୫ଟି ରାଡାର ଲାଗିବ ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଏହା ବ୍ୟତୀତ ବୃଷ୍ଟିପାତ ଆକଳନରେ ଅନିଶ୍ଚିତତା ଦୂର ଲାଗି ବର୍ତ୍ତମାନର ଡପଲର ରାଡାରକୁ ବିକଶିତ କରାଯିବ। ଆସନ୍ତା ୨ ବର୍ଷ ମଧ୍ୟରେ ବାଲେଶ୍ୱରରେ କାଳବୈଶାଖୀ ଗବେଷଣା କେନ୍ଦ୍ର ସମ୍ପୂର୍ଣ୍ଣ ହୋଇଯିବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ଭୀଷଣ ପାଗ ପୂର୍ବାନୁମାନ ସଠିକତାରେ ୪୦ ପ୍ରତିଶତ ଉନ୍ନତି ହୋଇଛି। ଦେଶରେ ୨୦୧୩ରେ ୧୫ଟି ଡପଲର ରାଡାର ଥିବାବେଳେ ତାହା ଏବେ ୩୭କୁ ବୃଦ୍ଧି ପାଇଥିବା କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri