ହୀରାକୁଦ ଡ୍ୟାମ୍‌ର ପୁଣି ୨ ଗେଟ୍‌ ଖୋଲିଲା, ୧୧୦ ଫୁଟ ଟପିଲା ଜଳପତ୍ତନ

ସମ୍ବଲପୁର,୧୮ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ଜଳଭଣ୍ଡାର ବାମପାଶର୍‌ବର ଆଉ ୨ଟି ସ୍ଲୁଇସ୍‌ ଖୋଲାଯାଇ ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରପକ୍ଷରେ ଅଧିକ ପରିମାଣର ବନ୍ୟାଜଳ ପ୍ରବେଶ ଯୋଗୁ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇ ଅପରାହ୍ନ ସାଢ଼େ ୩ଟାର ସୂଚନା ଅନୁସାରେ ୬୧୦. ୪୭ ଫୁଟରେ ପହଞ୍ଚିଛି।

ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୧ ଲକ୍ଷ ୪୦ ହାଜର ୫୧୦ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ମୋଟ୍‌ ୯୯ ହଜାର ୧୯୦ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ସେଥିମଧ୍ୟରେ ବାମପାଶର୍‌ବର ୩ ଓ ଦକ୍ଷିଣ ପାର୍ଶ୍ୱର ୧ଟି ମିଶି ମୋଟ୍‌ ୪ଟି ସ୍ଲୁଇସ୍‌ ଗେଟ୍‌ରେ ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ୫୯ ହଜାର ୬୦୮ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାଓ୍ବାର ଚ୍ୟାନେଲରେ ୩୪,୫୫୪ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୩୪ ଘନଫୁଟ ଏବଂ ଜଳସେଚନ ପାଇଁ ବରଗଡ଼ କେନାଲରେ ୩୨୦୪, ଶାସନ କେନାଲରେ ୫୦୨ ଓ ସମ୍ବଲପୁର କେନାଲରେ ୮୮ ଘନଫୁଟ ଜଳ ମିଶି ମୋଟ୍‌ ୩୭୯୪ ଘନଫୁଟ ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୦୪.୨୭ ମିଲିମିଟର ଓ ତଳମୁଣ୍ଡରେ ୦୭.୭୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri