ପୁଣି ୨ କ୍ଷେପଣାସ୍ତ୍ର ପରୀକ୍ଷା କଲେ ଏକଛତ୍ରବାଦୀ ଶାସକ …

ସିଓଲ, ୧୭।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ପୁଣି ଥରେ ୨ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏନେଇ ଦକ୍ଷିଣ କୋରିଆ ଏବଂ ଜାପାନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଉତ୍ତର କୋରିଆ ସମୁଦ୍ରକୁ ଆଉ ଦୁଇଟି ସନ୍ଦେହଜନକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଏହା ସହିତ ଉତ୍ତର କୋରିଆ ଦ୍ୱାରା ପରୀକ୍ଷଣ ହୋଇଥିବା କ୍ଷେପଣାସ୍ତ୍ର ସଂଖ୍ୟା ଦୁଇ ସପ୍ତାହ ମଧ୍ୟରେ ୪ କୁ ବୃଦ୍ଧି ପାଇଛି। ଦକ୍ଷିଣ କୋରିଆର ଜଏଣ୍ଟ୍‌ ଚିଫ୍‌ ଅଫ୍‌ ଷ୍ଟାଫ୍‌ସ୍‌ କହିଛନ୍ତି ଯେ ଉତ୍ତର କୋରିଆ ସୁନାନ ନାମକ ଅଞ୍ଚଳରୁ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ଏଠାରେ ଏକ ଆନ୍ତର୍ଜାତୀୟ ବିମାନବନ୍ଦର ରହିଛି। ଏହି କ୍ଷେପଣାସ୍ତ୍ର କେତେ ଦୂର ଯାଇଛି ଦକ୍ଷିଣ କୋରିଆ ଏପର୍ଯ୍ୟନ୍ତ ସଠିକ୍‌ ଭାବେ କୌଣସି ସୂଚନା ପ୍ରଦାନ କରି ନାହିଁ।

ଜାପାନ ଏହା ମଧ୍ୟ କହିଛି ଯେ ଏହି ଉତକ୍ଷେପଣ ବିଷୟରେ ସୂଚନା ମିଳିଛି ଏବଂ ଏହି କ୍ଷେପଣାସ୍ତ୍ରଗୁଡ଼ିକ ବିଷୟରେ ସୂଚନା ସଂଗ୍ରହ ପାଇଁ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ନୋବୁଓ କିସି କହିଛନ୍ତି ଯେ ଏହି କ୍ଷେପଣାସ୍ତ୍ରଗୁଡିକ ଜାପାନର ସ୍ବତନ୍ତ୍ର ଅର୍ଥନୈତିକ ଅଞ୍ଚଳ ବାହାରେ ପଡିଛି।

ଜାପାନର ମୁଖ୍ୟ କ୍ୟାବିନେଟ ସଚିବ ହିରୋକାଜୁ ମାତ୍ସୁନୋ କହିଛନ୍ତି ଯେ ଜାପାନ ତଥା ଅନ୍ତର୍ଜାତୀୟ ସମୁଦାୟ ଉପରେ ପ୍ରଭାବ ପକାଇଥିବା ଉତ୍ତର କୋରିଆର ସମସ୍ତ କାର୍ଯ୍ୟକୁ ଆମେ ଦୃଢ଼ ନିନ୍ଦା କରୁଛୁ।
ଗତ କିଛି ମାସ ମଧ୍ୟରେ ଉତ୍ତର କୋରିଆ ନୂତନ କ୍ଷେପଣାସ୍ତ୍ରର ପରୀକ୍ଷଣକୁ ତ୍ୱରାନ୍ବିତ କରିଛି।

କେତେକ ବିଶେଷଜ୍ଞ କହିଛନ୍ତି ଯେ କିମ ଜୋଙ୍ଗ ପୁନର୍ବାର କ୍ଷେପଣାସ୍ତ୍ର ପରୀକ୍ଷଣ ରଣନୀତିକୁ ଫେରି ଆସୁଛନ୍ତି। ଯାହାଦ୍ୱାରା ସେ କ୍ଷେପଣାସ୍ତ୍ର ପରୀକ୍ଷା ମାଧ୍ୟମରେ ଧମକ ଦେଇ ଆମେରିକା ଏବଂ ପଡୋଶୀ ଦେଶ ଉପରେ ଚାପ ପକାଇବାକୁ ଚେଷ୍ଟା କରୁଛନ୍ତି। ଏହାପରେ ବୁଝାମଣା କରିବାକୁ ପ୍ରସ୍ତାବ ଦେବାର ଆଶା ମଧ୍ୟ ରହିଛି ବୋଲି ବିଶେଷଜ୍ଞ କହିଛନ୍ତି।

ବେଜିଂର ହାତ ପ୍ୟୋଙ୍ଗୟାଙ୍ଗର ଉତ୍ତେଜନାମୂଳକ ପଦକ୍ଷେପ ପଛରେ ରହିଥିବାରୁ ଅନୁମାନ କରାଯାଉଛି ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି। ଚାଇନା ଉତ୍ତର କୋରିଆକୁ ଆର୍ଥିକ ଏବଂ ସାମରିକ ଭାବରେ ଆବଶ୍ୟକ ସହାୟତା ଯୋଗାଇ ଦେଉଥିବାରୁ ଅଭିଯୋଗ ମଧ୍ୟ ହେଉଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?