ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ ଗୁରୁତର ହୋଇ ଚିକିତ୍ସାଧୀନ ରହିଥିବା ବେଳେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ର ପହଞ୍ଚି ଆରମ୍ଭ କରିଛି ତଦନ୍ତ।

ସୂଚନାନୁସାରେ, ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ରହିଥିବା ରାଲେଗଡ଼ା ପଞ୍ଚାୟତର ତେଲରାଇ ଗ୍ରାମ ଶିକ୍ଷକ ସୁରେନ୍ଦ୍ର ପାଙ୍ଗି ବିଦ୍ୟାଳୟ କାର୍ଯ୍ୟ ସାରି ନିଜ ମୋଟର ସାଇକେଲ ନଂ ଓଡି ୧୦ଏଫ୍‌ ୨୯୩୮ ଯୋଗେ ଘରକୁ ଫେରୁଥିବା ସମୟରେ ବିପରୀତ ଦିଗ ସମୁଖ ଆଡୁ ଆସୁଥିବା ଅନ୍ୟ ଏକ ମୋଟରସାଇକେଲ ସହ ଧକ୍କା ହେବା ଫଳରେ ଶିକ୍ଷକ ପାଙ୍ଗି ଘଟଣାସ୍ଥଳେ ଆହତ ହୋଇ ପଡ଼ିଯାଇଥିଲେ। ଏହି ସମୟରେ ନିକଟରେ ଥିବା ଓଡ଼ିଶା ମୋଟର ଚାଳକ ସଂଘ ପଟ୍ଟାଙ୍ଗିର କାର୍ଯ୍ୟକାରୀ ସଭାପତି ଭୋଗବାନ ପଡାଲ ପଡାଲଗୁଡ଼ା ଗ୍ରାମର
କିଛି ଯୁବକଙ୍କ ସହଯୋଗରେ ଆମ୍ବୁଲାନ୍ସ ଡକାଇ ଆହତ ଶିକ୍ଷକଙ୍କୁ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଶିକ୍ଷକ ପାଙ୍ଗିଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଥିବାରୁ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ସେପଟେ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପଟ୍ଟାଙ୍ଗି ଥାନାର ଏଏସ୍‌ଆଇ ଶା୍ୟାମସୁନ୍ଦର ରଥ ଦୁର୍ଘଟଣାସ୍ଥଳରେ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିବା ସହ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଆହତ ଶିକ୍ଷକ ପାଙ୍ଗିଙ୍କୁ ଦୁର୍ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଆହତ ଶିକ୍ଷକ ପାଙ୍ଗିଙ୍କ କହିବା ଅନୁସାରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ଜାତୀୟ ରାଜପଥ ଉପରେ କିଛି ଖାଲଖମା ଥିବାରୁ ମୋଟରସାଇକେଲକୁ ଧିରେ ଗଡ଼ାଉ ଥିବା ବେଳେ ହଠାତ୍‌ ଅନ୍ୟ ମୋଟରସାଇକେଲ ସହ ଧକ୍କା ହୋଇଥିଲା ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?