ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାଗା ମିଶନ ଓ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର ମିଳିଛି। ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡ଼ିିଶା ସ୍ଥାନ ପାଇଛି। ଏଥିଲାଗି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କେନ୍ଦ୍ର ଗୃହ ନିର୍ମାଣ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀ ଓଡ଼ିିଶାକୁ ପୁରସ୍କୃତ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଗୃହ ଓ ନଗର ଉନ୍ନୟନ ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ ଏହି ପୁରସ୍କାର ଗ୍ରହଣ କରିଥିଲେ। ୧୭ଟି ରାଜ୍ୟରୁ ୫୪ଟି ଆବେଦନକୁ ବିଚାରକୁ ନିଆଯାଇଥିବା ବେଳେ ୫ଟି ବର୍ଗ ମଧ୍ୟରୁ ଓଡ଼ିଶା ଦୁଇଟିରେ ପ୍ରଥମ ସ୍ଥାନ ହାସଲ କରିଛି। ଜାଗା ମିଶନ କ୍ଷେତ୍ରରେ ଆଇନର ସଫଳ ରୂପାୟନ, ନୀତି ପ୍ରଣୟନ ଏବଂ କାର୍ଯ୍ୟାନ୍ବୟନ ପାଇଁ ଗ୍ରହଣ କରିଥିବା ଉଲ୍ଲେଖନୀୟ ପଦକ୍ଷେପ ସକାଶେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ ପୁରସ୍କାର ପାଇଛି। ସେହିପରି ବସ୍ତି ବାସିନ୍ଦାଙ୍କୁ ଜମିର ସ୍ବତ୍ୱାଧିକାର ନିୟମ-୨୦୧୭ କାର୍ଯ୍ୟକାରୀ କରାଇବା ଏବଂ ବସ୍ତି ଉନ୍ନୟନ ସଂଘ ମାଧ୍ୟମରେ ବସ୍ତିଗୁଡିକର ବିକାଶ ପାଇଁ ଏହି ପୁରସ୍କାର ମିଳିଛି। ଗୃହ ନଗର ଉନ୍ନୟନ ବିଭାଗ ଅଧୀନ ଜନସ୍ବାସ୍ଥ୍ୟ ଯାନ୍ତ୍ରିକ ସଙ୍ଗଠନ ସହରାଞ୍ଚଳରେ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ‘ବେଷ୍ଟ ସିଭିକ ଏଜେନ୍ସି’ ପୁରସ୍କାର ପାଇଛି। ବିକେନ୍ଦ୍ରୀକରଣର ଭି. ରାମଚନ୍ଦ୍ରନଙ୍କ ସ୍ମୃତିରେ ୫ଟି ବର୍ଗରେ ଏହି ପୁରସ୍କାର ପ୍ରଦାନ କରାଯାଏ। ଏଥିରେ ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ପୌରସଂସ୍ଥା, ଶ୍ରେଷ୍ଠ ସିଭିକ ଏଜେନ୍ସି, ଶ୍ରେଷ୍ଠ ରାଜ୍ୟ ନିର୍ବାଚନ କମିଶନ ଏବଂ ଶ୍ରେଷ୍ଠ ରାଜ୍ୟ ଅର୍ଥ କମିଶନ ପୁରସ୍କାର ରହିଛି। ଓଡ଼ିଶାକୁ ଏହି ସଫଳତା ଲାଗି ଗୃହ ଓ ନଗର ଉନ୍ନୟନ, ଆଇନ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ବିଭାଗୀୟ ଅଧିକାରୀମାନଙ୍କୁ ସାଧୁବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିିଶା ନଗର ଉନ୍ନୟନ ଓ ସ୍ମାର୍ଟ ସିଟି ମିଶନର ସଫଳତାକୁ ସମଗ୍ର ବିଶ୍ୱ ଅନୁସରଣ କରୁଥିବା ସେ କହିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବରେ ପୌର ପ୍ରଶାସକ ସଂଗ୍ରାମଜିତ ନାଏକ, ଇଆଇସି ପିଏଚ୍‌ ବସନ୍ତ କୁମାର ସେନାପତି ଓ ଉପଶାସନ ସଚିବ ଶାରଦା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri