ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାଗା ମିଶନ ଓ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର ମିଳିଛି। ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡ଼ିିଶା ସ୍ଥାନ ପାଇଛି। ଏଥିଲାଗି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କେନ୍ଦ୍ର ଗୃହ ନିର୍ମାଣ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀ ଓଡ଼ିିଶାକୁ ପୁରସ୍କୃତ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଗୃହ ଓ ନଗର ଉନ୍ନୟନ ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ ଏହି ପୁରସ୍କାର ଗ୍ରହଣ କରିଥିଲେ। ୧୭ଟି ରାଜ୍ୟରୁ ୫୪ଟି ଆବେଦନକୁ ବିଚାରକୁ ନିଆଯାଇଥିବା ବେଳେ ୫ଟି ବର୍ଗ ମଧ୍ୟରୁ ଓଡ଼ିଶା ଦୁଇଟିରେ ପ୍ରଥମ ସ୍ଥାନ ହାସଲ କରିଛି। ଜାଗା ମିଶନ କ୍ଷେତ୍ରରେ ଆଇନର ସଫଳ ରୂପାୟନ, ନୀତି ପ୍ରଣୟନ ଏବଂ କାର୍ଯ୍ୟାନ୍ବୟନ ପାଇଁ ଗ୍ରହଣ କରିଥିବା ଉଲ୍ଲେଖନୀୟ ପଦକ୍ଷେପ ସକାଶେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ ପୁରସ୍କାର ପାଇଛି। ସେହିପରି ବସ୍ତି ବାସିନ୍ଦାଙ୍କୁ ଜମିର ସ୍ବତ୍ୱାଧିକାର ନିୟମ-୨୦୧୭ କାର୍ଯ୍ୟକାରୀ କରାଇବା ଏବଂ ବସ୍ତି ଉନ୍ନୟନ ସଂଘ ମାଧ୍ୟମରେ ବସ୍ତିଗୁଡିକର ବିକାଶ ପାଇଁ ଏହି ପୁରସ୍କାର ମିଳିଛି। ଗୃହ ନଗର ଉନ୍ନୟନ ବିଭାଗ ଅଧୀନ ଜନସ୍ବାସ୍ଥ୍ୟ ଯାନ୍ତ୍ରିକ ସଙ୍ଗଠନ ସହରାଞ୍ଚଳରେ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ‘ବେଷ୍ଟ ସିଭିକ ଏଜେନ୍ସି’ ପୁରସ୍କାର ପାଇଛି। ବିକେନ୍ଦ୍ରୀକରଣର ଭି. ରାମଚନ୍ଦ୍ରନଙ୍କ ସ୍ମୃତିରେ ୫ଟି ବର୍ଗରେ ଏହି ପୁରସ୍କାର ପ୍ରଦାନ କରାଯାଏ। ଏଥିରେ ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ପୌରସଂସ୍ଥା, ଶ୍ରେଷ୍ଠ ସିଭିକ ଏଜେନ୍ସି, ଶ୍ରେଷ୍ଠ ରାଜ୍ୟ ନିର୍ବାଚନ କମିଶନ ଏବଂ ଶ୍ରେଷ୍ଠ ରାଜ୍ୟ ଅର୍ଥ କମିଶନ ପୁରସ୍କାର ରହିଛି। ଓଡ଼ିଶାକୁ ଏହି ସଫଳତା ଲାଗି ଗୃହ ଓ ନଗର ଉନ୍ନୟନ, ଆଇନ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ବିଭାଗୀୟ ଅଧିକାରୀମାନଙ୍କୁ ସାଧୁବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିିଶା ନଗର ଉନ୍ନୟନ ଓ ସ୍ମାର୍ଟ ସିଟି ମିଶନର ସଫଳତାକୁ ସମଗ୍ର ବିଶ୍ୱ ଅନୁସରଣ କରୁଥିବା ସେ କହିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବରେ ପୌର ପ୍ରଶାସକ ସଂଗ୍ରାମଜିତ ନାଏକ, ଇଆଇସି ପିଏଚ୍‌ ବସନ୍ତ କୁମାର ସେନାପତି ଓ ଉପଶାସନ ସଚିବ ଶାରଦା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri