Posted inଜାତୀୟ

ଅଜିତଙ୍କୁ ଝଟକା, ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ଥିବା ୨ ବିଧାୟକ ନେଲେ ୟୁଟର୍ନ

ମୁମ୍ବାଇ,୩।୭: ମହାରାଷ୍ଟ୍ର ରାଜନୀତିରେ ହୋଇଥିବା ବଡ ଧରଣର ଅଦଳବଦଳ ପରେ ଏବେ ୟୁଟର୍ନର ପ୍ରକ୍ରିୟା ବି ଆରମ୍ଭ ହୋଇ ଗଲାଣି। ଅଜିତ ପାଓ୍ବାରଙ୍କ ସହ ବିଦ୍ରୋହ କରିଥିବା ଦୁଇ ବିଧାୟକ ଘର ଲେଉଟାଣି କରିଛନ୍ତି। ଅଜିତଙ୍କ ସମର୍ଥକ ବିଧାୟକ ଦିଲିପ ମୋହିତେ ପାଟିଲ ସୋମବାର ଦାବି କରିଛନ୍ତି ଯେ ଅଜିତ ପାଓ୍ବାର କିଛି ନ କହି ରବିବାର ବିଧାୟକଙ୍କର ଦସ୍ତଖତ ନେଇଛନ୍ତି, ତାଙ୍କର ଏହି ନିଷ୍ପତ୍ତିରେ ଆମେ ସହମତ ନୁହେଁ।

ରବିବାର ଶପଥ ଗ୍ରହଣ ସମାରୋହରେ ଦିଲୀପ ମୋହିତେ ପାଟିଲ ଉପସ୍ଥିତ ଥିଲେ। ଏମାନଙ୍କ ବ୍ୟତୀତ, ବିଦ୍ରୋହର ପରଦିନ ଏନସିପି ବିଧାୟକ ମକରନ୍ଦ ପାଟିଲ ମଧ୍ୟ ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସହ ନଜର ଆସିଥିଲେ। ରବିବାର ଶପଥ ଗ୍ରହଣ ସମାରୋହରେ ମକରନ୍ଦ ପାଟିଲ ଯୋଗ ଦେଇଥିଲେ ଏବଂ ସୋମବାର ଶରଦ ପାୱାରଙ୍କ କାରରେ ବସିଥିବାର ନଜର ଆସିଥିଲେ।
ଏହି ସମୟରେ ଶପଥ ଗ୍ରହଣ କରିଥିବା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଏନସିପି ସେମାନଙ୍କୁ ବରଖାସ୍ତ କରିଛି। ମହାରାଷ୍ଟ୍ର ଏନସିପି ସଭାପତି ଜୟନ୍ତ ପାଟିଲ କହିଛନ୍ତି ଯେ ଦଳର ପ୍ରତୀକ ବ୍ୟବହାର କରିବାକୁ କାହାକୁ ଅନୁମତି ଦିଆଯାଇ ନାହିଁ, ଯଦି ଏପରି କରାଯାଏ ତେବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନସିପି ମୁଖ୍ୟ ଶରଦ ପାୱାର ମଧ୍ୟ ସମଗ୍ର ରାଜ୍ୟ ଗସ୍ତ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri