Posted inଖେଳ

ଦକ୍ଷିଣ ଆଫ୍ରିକା ଦଳରେ ଦୁଇ ନୂଆ ମୁହଁ

ଜୋହାନ୍ସବର୍ଗ, ୧ା୫ : ଓ୍ବେଷ୍ଟଇଣ୍ଡିଜ ଓ ଆମେରିକାରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ମଙ୍ଗଳବାର ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଘୋଷଣା କରାଯାଇଛି। ଆଘାତଜନିତ ସମସ୍ୟା ଯୋଗୁ ଖେଳରୁ ୯ ମାସ ହେଲା ଦୂରେଇଯାଇଥିବା ପେସର ଏନରିଚ୍‌ ନର୍ଜେ ଦଳକୁ ଫେରିଛନ୍ତି। ଦଳରେ ଦୁଇଜଣ ନୂଆ ଖେଳାଳି ର଼୍ୟାନ ରିଲେଟନ ଓ ଓଟନିଲ ବାର୍ଟମ୍ୟାନ ସ୍ଥାନ ପାଇଛନ୍ତି। ଦକ୍ଷିଣ ଆଫ୍ରିକା ଟି୨୦ ଦଳର ଅଧିନାୟକ ହେବା ପରେ ଏଡେନ ମାରାକ୍ରମ ପ୍ରଥମ ଥର ଏକ ବିଶ୍ୱକପ୍‌ରେ ଜାତୀୟ ଦଳର ନେତୃତ୍ୱ ନେବେ। ଚଳିତବର୍ଷ ଦକ୍ଷିଣ ଆଫ୍ରିକା ଟି୨୦ ଲିଗ୍‌ରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଉଇକେଟକିପର ବ୍ୟାଟର ରିକେଲଟନ ଓ ପେସର ବାର୍ଟମ୍ୟାନଙ୍କୁ ଦଳରେ ସ୍ଥାନ ମିଳିଛି। ଦକ୍ଷିଣ ଆଫ୍ରିକା ଟି୨୦ ଲିଗ୍‌ର ଦ୍ୱିତୀୟ ସଂସ୍କରଣରେ ରିକେଲଟନ ଅଗ୍ରଣୀ ରନ୍‌ ସ୍କୋରର ଥିଲେ। ସେ ମୁମ୍ବାଇ ଇଣ୍ଡିଆନ କେପ୍‌ ଟାଉନ୍‌ ତରଫରୁ ଖେଳି ୫୮.୮୮ ଆଭରେଜରେ ୫୩୦ରନ ସଂଗ୍ରହ କରିଥିଲେ। ବାର୍ଟମ୍ୟାନ ଚାମ୍ପିୟନ ସନରାଇଜର୍ସ ଇଷ୍ଟର୍ନ କେପ୍‌ ପାଇଁ ୮ଟି ମ୍ୟାଚ ଖେଳି ୧୮ ଉଇକେଟ ନେଇଛନ୍ତି। ବର୍ତ୍ତମାନ ସେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ଖେଳୁଛନ୍ତି।
ଦକ୍ଷିଣ ଆଫ୍ରିକା ଟି୨୦ ବିଶ୍ୱକପ୍‌ ଦଳ: ଏଡେନ ମାରକ୍ରମ (ଅଧିନାୟକ), ଓଟନିଲ ବାର୍ଟମ୍ୟାନ, ଜେରାଲ୍ଡ କୋଜି, କ୍ୱିଣ୍ଟନ ଡି’କକ୍‌, ବ୍ୟର୍ନ ଫର୍ଚୁଇନ୍‌, ରିଜା ହେଣ୍ଡ୍ରିକ୍ସ, ମାର୍କୋ ଜାନ୍‌ସେନ୍‌, ହେନରିଚ୍‌ କ୍ଲାସେନ, କେଶବ ମହାରାଜ, ଡେଭିଡ୍‌ ମିଲର, ଏନ୍‌ରିଚ୍‌ ନର୍ଜେ, କାଗିସୋ ରାବାଡା, ର଼୍ୟାନ ରିକେଲଟନ, ଟାବ୍ରେଜ୍‌ ଶାମ୍‌ସି, ଟ୍ରିଷ୍ଟାନ୍‌ ଷ୍ଟବ୍ସ।
ଟ୍ରାଭେଲିଂ ରିଜର୍ଭସ: ନାଣ୍ଡ୍ରେ ବର୍ଜର ଓ ଲୁନ୍‌ଗୀ ଏନ୍‌ଗିଡ଼ି।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri