Posted inଖେଳ

ଆସନ୍ତା ବର୍ଷ ଆଇପିଏଲ୍‌ରେ ଏଣ୍ଟ୍ରି କରିବେ ୨ ନୂଆ ଟିମ୍‌ ! ବିସିସିଆଇ ବୈଠକରେ ନିଆଯାଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧୨: ଆସନ୍ତା ବର୍ଷ ଆଇପିଏଲରେ ୨ ନୂତନ ଦଳ ଭାଗ ନେଇପାରନ୍ତି। ବିସିସିଆଇ ନିଜର ବାର୍ଷିକ ବୈଠକ(ଏଜିଏମ୍‌)ର ଏଜେଣ୍ଡାରେ ନୂଆ ଦଳକୁ ସାମିଲ କରିବାର ମୁଦ୍ଦା ସ୍ଥାନିତ କରିଛି। ଏଥିନେଇ ୨୪ ଡିସେମ୍ବରରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ। ଏହାଛଡ଼ା ୨୦୨୮ରେ ଲସ ଆଞ୍ଜେଲସରେ ହେବାକୁ ଥିବା ଅଲମ୍ପିକ୍ସରେ କ୍ରିକେଟକୁ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ବିବେଚନା କରାଯାଇପାରେ।

ତେବେ ଚଳିତ ବର୍ଷ ଆଇପିଏଲ୍‌ ଶେଷ ହେବା ପରଠାରୁ ଦୁଇଟି ନୂତନ ଦଳରେ ଯୋଗଦେବା ନେଇ ଚର୍ଚ୍ଚା ହେଉଛିର୍। ଆଇପିଏଲର ଫାଇନାଲ ସମୟରେ ୨ ନୂତନ ଦଳକୁ ଅନ୍ତର୍ଭୁକ୍ତ କରିବା ପାଇଁ ବୋର୍ଡର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଏକ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ବ୍ୟତୀତ ବୋର୍ଡ ସଚିବ ଜୟ ଶାହା ଉପସ୍ଥିତ ଥିଲେ। ଏହି ପ୍ରସଙ୍ଗରେ ଆଇପିଏଲର ପରିଚାଳନା ପରିଷଦ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ଏନେଇ କୌଣସି ଆନୁଷ୍ଠାନିକ ଆଲୋଚନା ହୋଇନାହିଁ। ଏବେ ଏଜିଏମ୍‌ ବୈଠକରେ ଏନେଇ ବିଚାର କରାଯିବ ବୋଲି କୁହାଯାଉଛି।

୨୦୦୮ ମସିହାରେ ଆରମ୍ଭ ହୋଇଥିଲା ଆଇପିଏଲ । ସେତେବେଳେ ଏଥିରେ ୮ ଟି ଦଳ ସାମିଲ ହୋଇଥିଲେ। ପରବର୍ତ୍ତୀ ସମୟରେ ଦଳ ସଂଖ୍ୟା ବୃଦ୍ଧି କରାଯାଇଥିଲେ ହେଁ ବର୍ତ୍ତମାନ ଏହି ଟୁର୍ନାମେଣ୍ଟରେ ପୂର୍ବଭଳି ୮ ଟି ଦଳ ହିଁ ଅଂଶଗ୍ରହଣ କରୁଛନ୍ତି। ତେବେ ନୂଆ ଦଳରେ ଅହମ୍ମଦାବାଦ, ଲକ୍ଷ୍ନୌ ଏବଂ ପୁଣେ ନାମକୁ ବିଚାର କରାଯାଇପାରେ। ଆଦାନୀ ଗ୍ରୁପ୍‌ ଏବଂ ସଞ୍ଜିବ ଗୋଏଙ୍କାଙ୍କ ଆର୍‌ପିଏସ୍‌ଜି ଗ୍ରୁପ୍‌ ଦଳ କିଣିବା ଦୈାଡ଼ରେ ସବୁଠାରୁ ଆଗରେ ଅଛନ୍ତି। ଏହା ବ୍ୟତୀତ ଦକ୍ଷିଣ ଭାରତର ଜଣେ ବଡ ଅଭିନେତା ମଧ୍ୟ ଆଇପିଏଲ୍‌ରେ ଦଳ କିଣିବାକୁ ଚାହୁଁଛନ୍ତି ବୋଲି ଦାବି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri