ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ହେଲ୍‌ଥକେୟାର ଏବଂ ଆପାରେଲ୍ସକୁ ନୂଆ ଟ୍ରେଡ୍‌ ବିଷୟ ଭାବେ ଅନୁମୋଦନ ମିଳିଛି। ଏହି ପାଠ୍ୟକ୍ରମକୁ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରୀଛାତ୍ର ଅଧ୍ୟୟନ କରିପାରିବେ। ଯୁକ୍ତ ୨ରେ ଛାତ୍ରୀଛାତ୍ରଙ୍କୁ ୬ଟି ବିଷୟରେ ପରୀକ୍ଷା ଦେବାକୁ ପଡ଼ିଥାଏ। ତେବେ ଛାତ୍ରୀଛାତ୍ରମାନେ ପୂର୍ବପରି ୫ଟି ବିଷୟ ସହିତ ଏହି ଦୁଇଟି ବିଷୟରୁ ଗୋଟିଏକୁ ବାଛିପାରିବେ ବୋଲି ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି (ଓସେପା) ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ଉପରେ ସିଏଚ୍‌ଏସ୍‌ଇର ଏକାଡେମିକ କମିଟି ବୈଠକରେ ବିସ୍ତୃତ ଆଲୋଚନା ପରେ ଏହି ଦୁଇଟି ପାଠ୍ୟକ୍ରମକୁ ଇଣ୍ଟିଗ୍ରେଟେଡ ଭୋକେଶନାଲ ଷ୍ଟ୍ରିମ୍‌ରେ ସାମିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ହେଲ୍‌ଥକେୟାର ପାଠ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ‘ଜେନେରାଲ ଡ୍ୟୁଟି ଆସିଷ୍ଟାଣ୍ଟ ଟ୍ରେନି’ ଭାବେ କାର୍ଯ୍ୟ କରିବା ପାଇଁ ଆବଶ୍ୟକ ଦକ୍ଷତା ଓ ପ୍ରଶିକ୍ଷଣ ଦିଆଯିବ। ସେହିପରି ଆପାରେଲ୍ସ ପାଠ୍ୟକ୍ରମ ମାଧ୍ୟମରେ ‘ଆସିଷ୍ଟାଣ୍ଟ ଫ୍ୟାଶନ
ଡିଜାଇନର’ ଭାବେ ନିଯୁକ୍ତି ପାଇଁ ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରାଯିବ। ଏହି ଦୁଇଟି ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ମଧ୍ୟପ୍ରଦେଶର ଭୋପାଳସ୍ଥିତ ପଣ୍ଡିତ ସୁନ୍ଦରଲାଲ ଶର୍ମା ସେଣ୍ଟ୍ରାଲ ଇନ୍‌ଷ୍ଟିିଚ୍ୟୁଟ୍‌ ଅଫ୍‌ ଭୋକେଶନାଲ ଏଜୁକେଶନ ପକ୍ଷରୁ ପ୍ରସ୍ତୁତ ମାନକ ସିଲାବସ୍‌, ପାଠ୍ୟକ୍ରମ ଏବଂ ଶିକ୍ଷଣ ସାମଗ୍ରୀକୁ ଗ୍ରହଣ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ଆଜି ଲଘୁଚାପ, ପ୍ରବଳ ବର୍ଷିବ: ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୧୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା…

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri