ଗୁଣ୍ଡିଚା ମନ୍ଦିରରେ ପଶିଲେ ୨ ଅଣସେବାୟତ

ପୁରୀ ଅଫିସ,୨୭ା୬: ମହାମାରୀ କରୋନା ପାଇଁ ଏଥର ଭକ୍ତଶୂନ୍ୟ ଘୋଷଯାତ୍ରା ଅନୁଷ୍ଠିତ ହେଉଛି। ନବିଦାନାତ୍ମକ ଯାତ୍ରାରେ ଆସି ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦର୍ଶନ ପାଇଁ କୌଣସି ଭକ୍ତଙ୍କୁ ମନ୍ଦିରକୁ ଛଡ଼ାଯାଉନି। ଫଳରେ ଆଡ଼ପ ମଣ୍ଡପ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚତ୍ତ ରହିଛନ୍ତି । ଏଥିପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହାସତ୍ତ୍ବେ ଶୁକ୍ରବାର ଗୁଣ୍ଡିଚା ମନ୍ଦିରକୁ ୨ଜଣ ଅଣସେବାୟତ ପ୍ରବେଶ କରିଛନ୍ତି। ପୋଲିସ ସେମାନଙ୍କୁ ଗିରଫ କରି ପରେ ନୋଟିସ ଦେଇ ଛାଡ଼ିଛି। ସେହିପରି ଅପରାହ୍ନରେ ଅନ୍ୟ ଜଣେ ନକଲି ପାସ୍‌ଧାରୀ ଗୁଣ୍ଡିଚା ମନ୍ଦିର ଭିତରକୁ ପ୍ରବେଶ କରଥିବାବେଳେ ମୁଖ୍ୟ ଗେଟ୍‌ ପାଖରେ ପୋଲିସ ତାଙ୍କୁ କାବୁ କରିଥିଲା।
ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଚାଲିଥିବାବେଳେ ସେବାୟତ ବେଶରେ ଦୁଇଜଣ ଯୁବକ ମନ୍ଦିରରେ ପ୍ରବେଶ କରିଥିଲେ। ସେମାନଙ୍କ ଚାଲିଚଳଣି ଏବଂ ହାବଭାବ ଦେଖି ଅନ୍ୟ ସେବାୟତଙ୍କ ସନ୍ଦେହ ହୋଇଥିଲା। ସେମାନେ ଛଦ୍ମବେଶୀ ବୋଲି ନିଶ୍ଚିତ ହେବାପରେ ସେବାୟତମାନେ ପୋଲିସକୁ ଖବର ଦେଇଥିଲେ। କୁମ୍ଭାରପଡ଼ା ପୋଲିସ ପହଞ୍ଚତ୍ ଏହି ଦୁଇ ଅଣସେବାୟତ ମାର୍କଣ୍ଡେଶ୍ୱର ସାହିର ସ୍ମୃତିରଞ୍ଜନ ମହାନ୍ତି ଏବଂ କୁମ୍ଭାରପଡ଼ାର ଅଜୟ କୁମାର ମହାପାତ୍ରଙ୍କୁ ଧରି ଥାନାକୁ ନେଇଥିଲା। ଏନେଇ ଥାନାରେ ଏକ ମାମଲା (ନଂ.୧୫୯/୨୦) ରୁଜୁ ହୋଇ ଉଭୟଙ୍କୁ ଗିରଫ କରାଯାଇଥିଲା। ପରେ ସେମାନଙ୍କୁ ସିଆର୍‌ପିସି ଧାରା ୪୧ରେ ନୋଟିସ ଦିଆଯାଇ ଛଡ଼ାଯାଇଛି ବୋଲି ଥାନା ଅଧିକାରୀ କୁଳମଣି ସେଠୀ ସୂଚନା ଦେଇଛନ୍ତି। ସେହିପରି ଅପରାହ୍ନରେ ମଧ୍ୟ ଜଣେ ନକଲି ପାସ୍‌ଧାରୀ ଗୁଣ୍ଡିଚା ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ହାତରେ ଧରାପଡ଼ିଥିଲେ। ସମ୍ପୃକ୍ତ ବ୍ୟକ୍ତି ଜଣେ ସେବାୟତଙ୍କ ଯୋଗାଣିଆ ଭାବେ କାମ କରନ୍ତି। ସେ ସେବାୟତଙ୍କୁ ପ୍ରଦାନ କରାଯାଇଥିବା ପାସ୍‌ ପକାଇ ମନ୍ଦିର ଭିତରକୁ ଯାଉଥିବାବେଳେ ପୋଲିସ ମୁଖ୍ୟଦ୍ୱାରରୁ ତାଙ୍କୁ ମାଡ଼ି ବସିଥିଲା। ଯାଞ୍ଚ ପରେ ସେହି ପାସ୍‌ ତାଙ୍କର ନୁହେଁ ବୋଲି ଜଣାପଡ଼ିବା ପରେ ତାଙ୍କୁ ସେହିଠାରୁ ବିଦା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri