ଓଟିଡିସିର ୨ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ଗତ ପଞ୍ଚାୟତ ନିର୍ବାଚନ ସମୟରେ ତେଲ ବିଲ୍‌ରେ ଜାଲିଆତି କରି ଏପ୍ରିଲ ୨୦ରେ ସମ୍ବଲପୁର ଜିଲାର ୩ଜଣ ପୋଲିସ କର୍ମଚାରୀ ନିଲମ୍ବନ ହୋଇଥିଲେ। ଉକ୍ତ ଘଟଣାକୁ ମାସେ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ଓଟିଡିସିର ପରିବହନ ମ୍ୟାନେଜର ଏବଂ ଜଣେ ଡ୍ରାଇଭରଙ୍କୁ ନିଲମ୍ବନ କରାଯିବା ସହ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ନେଇ ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ଓଟିଡିସି ଅଧ୍ୟକ୍ଷାଙ୍କ ଗାଡ଼ି ନାଁରେ ମିଛ ତେଲ ବିଲ୍‌ ନେଇଥିବା ଅଭିଯୋଗରେ ଡ୍ରାଇଭର ଅତୁଲ୍ୟ କୁମାର ମହାନ୍ତି ଓ ଓଟିଡିସି ମ୍ୟାନେଜର ଅକ୍ଷୟ ମହାଳିକଙ୍କୁ ନିଲମ୍ବନ କରାଯାଇଛି। ସେମାନଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ ତଦନ୍ତ ଆରମ୍ଭ କରାଯାଇଛି। ଏହି ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୋଧରେ ସରକାରୀ ପାଣ୍ଠି ତୋସରପାତ ଅଭିଯୋଗ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହୋଇଥିବା ଜଣାପଡ଼ିଛି। ବିଭାଗୀୟ ଯାଞ୍ଚ ସମୟରେ ଏହି ଜାଲିଆତି କଥା ଜଣାପଡ଼ିବା ମାତ୍ରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ମଧ୍ୟ ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରାଯାଇ ଅର୍ଥ ତୋସରପାତ ସହ ଜଡ଼ିତ ଅଧିକାରୀ ଏବଂ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସେମାନଙ୍କଠାରୁ ଅର୍ଥ ଆଦାୟ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡ଼ିଛି। ଏନେଇ ଓଟିଡିସି ଅଧ୍ୟକ୍ଷା ମିଶ୍ରଙ୍କୁ ପଚାରିବାରେ ସେ ଏହି ଘଟଣାକୁ ସ୍ବୀକାର କରିବା ସହ ଏନେଇ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

ବିଧାୟକଙ୍କ ନାଁ ନେଇ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri