ଅନୁଗୋଳର ଏହି ଦୁଇ ପଞ୍ଚାୟତ ଶଟ୍‌ଡାଉନ୍‌

ମାଧପୁର,୧୭ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ପଞ୍ଚାୟତ ଏବଂ ପୁରୁଣାମାନତ୍ରୀ ପଞ୍ଚାୟତକୁ ସୋମବାରଠାରୁ ୩ ଦିନ ପାଇଁ ସ୍ଥାନୀୟ ସରପଞ୍ଚ ଦ୍ୱୟ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।
ସୂଚନା ଅନୁସାରେ ରବିବାର କିଆକଟା ଥାନାର ୫ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ସ୍ଥାନୀୟ ସରପଞ୍ଚ ସୋମନାଥ ମଲ୍ଲିକ ୩ ଦିନ ପାଇଁ ପଞ୍ଚାୟତକୁ ସମ୍ପୂର୍ଣ୍ଣ ବନ୍ଦ କରିଛନ୍ତି ।
ସେହିପରି ପୁରୁଣାମାନତ୍ରୀ ପଞ୍ଚାୟତରେ ଜଣେ ସଂକ୍ରମିତ ଚିହ୍ନଟ ହେବା ପରେ ସ୍ଥାନୀୟ ସରପଞ୍ଚ ବିରେନ୍ଦ୍ର ବଡ଼ମାଳି ମଧ୍ୟ ୩ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହା ସହିତ ରବିବାର ସନ୍ଧ୍ୟାରୁ ମାଧପୁର ପଞ୍ଚାୟତ ୭୨ ଘଣ୍ଟା ଶଟ୍‌ଡାଉନ୍‌ ଘୋଷଣା ହୋଇସାରିଛି । ତେଣୁ ମାଧପୁର ଅଞ୍ଚଳରେ ତିନୋଟି ପଞ୍ଚାୟତ ଶଟ୍‌ଡାଉନ୍‌ ହେବା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri