ଶୌଚ ପାଇଁ ଯାଇଥିବାବେଳେ ବାର୍‌ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି

ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର ବାର୍‌ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନେ ଭୋର ସମୟରେ ଶୌଚ ପାଇଁ ବିଲ ପାଖକୁ ଯାଇଥିବାବେଳେ ଗୋଟିଏ ବାର୍‌ହା ଆସି ବଳରାମଙ୍କ ବାମ ହାତକୁ କାମୁଡ଼ି ଦେଇଥିବାବେଳେ ଦିବାକରଙ୍କ ଗୋଡ଼କୁ କାମୁଡ଼ି ଦେଇଥିଲା ॥ ସେମାନେ ପାଟିକରି ଦୌଡିକି ପଳାଇ ଆସିଥିଲେ । ପାଖରେ ଥିବା ଲୋକମାନେ ସେମାନଙ୍କୁ ଘରକୁ ନେଇ ଆସିଥିଲେ । ସଙ୍ଗେ ସଙ୍ଗେ ୧୦୮ ଆମୁଲାନ୍ସକୁ ଫୋନ ଯୋଗେ ଜଣାଇଲା ପରେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ଦୁଇ ଜଣଙ୍କୁ ଭୁବନ ଡାକ୍ତରଖାନାକୁ ନେଇ ଆସିଥିଲେ । ପ୍ରାଥମିକ ଚିକିତ୍ସା ପରେ ବଳରାମ ଅଧିକ ଗୁରୁତର ଥିବାରୁ ୧୦୮ ଯୋଗେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଦିବାକର ଭୁବନ ସାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଖବରପାଇ ଭୁବନ ରେଞ୍ଜର ରାକେଶ କୁମାର ଦଳେଇ ଘଟଣାସ୍ଥଳରେ ପହଞ୍ଚି ସହାୟତା ପାଇଁ ସମସ୍ତ ବ୍ୟବସ୍ଥା କରିବା ସହିତ ଚିକିତ୍ସା ପାଇଁ ଯାହା ସହାୟତାର ବ୍ୟବସ୍ଥା ରହିଛି ସେ ସମ୍ପର୍କରେ ଜଣାଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri