ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର ନାୟକ (୪୫)ଓ ରାଜେନ୍ଦ୍ର ନାୟକ(୪୦)ଙ୍କ ବାଇକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ଉଭୟେ ନିକଟସ୍ଥ ବେଲଦୁଆର ଗ୍ରାମରୁ ଗୋଟିଏ ବାଇକରେ ଫେରୁଥିବା ବେଳେ ତୋଦିଗାଡ଼ିଆ ଗ୍ରାମ ନିକଟରେ ରାସ୍ତାରେ ଥିବା ଏକ ଶଙ୍ଖ ସହିତ ଦୁର୍ଘଟଣା ଗ୍ରସ୍ତ ହୋଇ ପୋଲ ତଳକୁ ଖସି ଯାଇଥିଲେ। ହେଲେ ଉଭୟେ ଦୁର୍ଘଟଣାଗ୍ରସ୍ତ ହୋଇ ସମ୍ଭବତଃ ଚେତାଶୂନ୍ୟ ଅବସ୍ଥାରେ ରାତି ସାରା ପୋଲ ତଳେ ପଡ଼ିଥିବା ବେଳେ କାହାର ନଜର ପଡ଼ି ନ ଥିଲା। ଅନ୍ୟପକ୍ଷେ ମଙ୍ଗଳବାର ସକାଳୁ ଏନେଇ ବାହାଡାଝୋଲା ଫାଣ୍ଡି ପୋଲିସ ସୂଚନା ପାଇ ସ୍ଥାନୀୟ ଦମକଳ ବାହିନୀ ସାହାଯ୍ୟରେ ଉଭୟଙ୍କୁ ଓଡଗାଁ ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଦୁର୍ଘଟଣା ଗ୍ରସ୍ତ ବାଇକ ଜବତ କରିବା ସହିତ ଏକ ମାମଲା ରୁଜୁ କରି ଶବ ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି । ଅନ୍ୟପକ୍ଷେ ଉଭୟେ ବିଳମ୍ବିତ ରାତିରେ ବେଲଦୁଆର ଯିବା ଓ ଫେରିବା ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇ ମୃତ୍ୟୁମୁଖରେ ପଡିବା ନେଇ ତଦନ୍ତ ସାପେକ୍ଷ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri