ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର ନାୟକ (୪୫)ଓ ରାଜେନ୍ଦ୍ର ନାୟକ(୪୦)ଙ୍କ ବାଇକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ଉଭୟେ ନିକଟସ୍ଥ ବେଲଦୁଆର ଗ୍ରାମରୁ ଗୋଟିଏ ବାଇକରେ ଫେରୁଥିବା ବେଳେ ତୋଦିଗାଡ଼ିଆ ଗ୍ରାମ ନିକଟରେ ରାସ୍ତାରେ ଥିବା ଏକ ଶଙ୍ଖ ସହିତ ଦୁର୍ଘଟଣା ଗ୍ରସ୍ତ ହୋଇ ପୋଲ ତଳକୁ ଖସି ଯାଇଥିଲେ। ହେଲେ ଉଭୟେ ଦୁର୍ଘଟଣାଗ୍ରସ୍ତ ହୋଇ ସମ୍ଭବତଃ ଚେତାଶୂନ୍ୟ ଅବସ୍ଥାରେ ରାତି ସାରା ପୋଲ ତଳେ ପଡ଼ିଥିବା ବେଳେ କାହାର ନଜର ପଡ଼ି ନ ଥିଲା। ଅନ୍ୟପକ୍ଷେ ମଙ୍ଗଳବାର ସକାଳୁ ଏନେଇ ବାହାଡାଝୋଲା ଫାଣ୍ଡି ପୋଲିସ ସୂଚନା ପାଇ ସ୍ଥାନୀୟ ଦମକଳ ବାହିନୀ ସାହାଯ୍ୟରେ ଉଭୟଙ୍କୁ ଓଡଗାଁ ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଦୁର୍ଘଟଣା ଗ୍ରସ୍ତ ବାଇକ ଜବତ କରିବା ସହିତ ଏକ ମାମଲା ରୁଜୁ କରି ଶବ ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି । ଅନ୍ୟପକ୍ଷେ ଉଭୟେ ବିଳମ୍ବିତ ରାତିରେ ବେଲଦୁଆର ଯିବା ଓ ଫେରିବା ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇ ମୃତ୍ୟୁମୁଖରେ ପଡିବା ନେଇ ତଦନ୍ତ ସାପେକ୍ଷ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?