ଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନା

ବାଲିଗୁଡ଼ା,୨୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ):୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା, ରୂପା ଗହଣା ସାଙ୍ଗକୁ ଟଙ୍କା ଲୁଟିଥିବା ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା। ଏନେଇ କେ.ରାମକୃଷ୍ଣ ପାତ୍ର ବାଲିଗୁଡ଼ା ଥାନାରେ ଏକ ମାମଲା ରୁଜୁ କରିଥିଲେ। ୩୯୫ ଆଇପିସି ଆଧାରରେ ଥାନାଧିକାରୀ ଆଶୁତୋଷ ମିଶ୍ର ଏହାର ତଦନ୍ତ ଭାର ନେଇ ୪ ଜଣକୁ ଗିରଫ କରିଥିଲେ। ଡକାୟତି ଘଟଣାର ସରକାରୀ ଏପିପି ସୁରେଶ କୁମାର ପଟ୍ଟନାୟକ ମାମଲା ଲଢୁଥିବା ବେଳେ ୧୦ ବର୍ଷ ପରେ ବାଲିଗୁଡ଼ା ସହକାରୀ ଦୌରାଜଜ୍‌ ଅପୂର୍ବ କୁମାର ରାୟ ଦୁଇ ମୁଦାଲା ରାକେଶ ରୁଲୁ କୁମାର ନାୟକ ଓ ରଞ୍ଜିତ କୁମାର ନାୟକଙ୍କୁ ଡକାୟତି ମାମଲାରେ ସମ୍ପୃକ୍ତି ଥିବାରୁ ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଅନାଦେୟ ୨ ମାସ ଅଧିକ ସଜା ବିଧାନ ହେବ ବୋଲି ରାୟରେ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ବାଲିଗୁଡ଼ା ସହରର ହନୁମାନ ମନ୍ଦିର ନିକଟରେ ରହିଥିବା କେ.ରାମକୃଷ୍ଣ ପାତ୍ର ପାଟ୍ଟଖଣ୍ଡା ମିକ୍ସଚର ମାଲିକ ଘରେ ନ ଥିବା ବେଳେ ସନ୍ଧ୍ୟା ସମୟରେ ପୁଅ ଝିଅ ଦୁହେଁ ଟ୍ୟୁସନ ଯାଇ ଘରକୁ ଫେରିଥିଲେ। ଏହି ସମୟରେ ଝିପି ଝିପି ବର୍ଷା ହେଉଥିବାରୁ ଲୋକଙ୍କ ଗହଳି ନଥିଲା। ଏହାର ସୁଯୋଗ ନେଇ ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଧରି ଘରେ ପଶି ଆଲମରୀ ଭାଙ୍ଗି ସୁନା, ରୂପା ଅଳଙ୍କାର ଓ ଟଙ୍କା ଲୁଟି ନେଇଥିଲେ। ଏହାପରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରି ପ୍ରଥମେ ଦୁଇ ଜଣ ଓ ପରେ ଆଉ ଦୁଇ ଜଣଙ୍କୁ ଧରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri