ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆକ୍ରାନ୍ତ

ରାୟଗଡ଼ା,୨୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକକୁ ବିଭିନ୍ନ ରୋଗ ପିଛା ଛାଡୁନି। ତେବେ ଖଣି କ୍ଷେତ୍ରରେ ବିଶ୍ୱରେ ପରିଚୟ ସୃଷ୍ଟି କରିଥିବା ଏହି ବ୍ଲକରେ ଆଜି ବି ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ମିଳିଥିବା ସୂଚନାନୁସାରେ, କାଶୀପୁର ବ୍ଲକ ଅନ୍ତର୍ଗତ ଗୋରଖପୁର ପଞ୍ଚାୟତର ଲାମ୍ବେରୀ ଗ୍ରାମରେ ଦୁଇ ଜଣଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଲାମ୍ବେରୀ ଗ୍ରାମର ଧନ ମାଝିଙ୍କ ସ୍ତ୍ରୀ ତିଲେଇ(୫୦) ଏବଂ ବଳିଆ ମାଝିଙ୍କ ପୁଅ ଆନନ୍ଦ(୨୫)। ତିଲେଇଙ୍କର ୨୨ ତାରିଖରେ ମୃତ୍ୟୁ ହୋଇଥିବା ବେଳେ ଆନନ୍ଦଙ୍କର ଶନିବାର ମୃତ୍ୟୁ ଘଟିଛି। ଗୋରଖପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ଅନିଲ କୁମାର ନାଏକଙ୍କ କହିବାନୁସାରେ ଆନନ୍ଦଙ୍କୁ ଶୁକ୍ରବାର ଅଚାନକ ଝାଡ଼ା ଆରମ୍ଭ ହୋଇଥିଲା। ଏହାପରେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ସେହିଭଳି ତିଲେଇ ମଧ୍ୟ ୨୨ ତାରିଖରେ ଦୁଇ ତିନିଦିନ ପୂର୍ବରୁ ଝାଡ଼ାବାନ୍ତି ଆକ୍ରାନ୍ତ ହୋଇଥିଲେ। ଗ୍ରାମରେ ଆହୁରି ୧୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତି ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପୂର୍ବତନ ସମିତିସଭ୍ୟ।

ଅନିଲଙ୍କ ସୂଚନାନୁସାରେ ଗୋରଖପୁରଠାରୁ ୪ କିମି ଦୂରରେ ରହିଥିବା ଏହି ଗ୍ରାମକୁ ପକ୍କା ରାସ୍ତା ନାହିଁ। ଫଳରେ ଗ୍ରାମକୁ ଆମ୍ବୁଲାନ୍ସ ଯାଇପାରୁନାହିଁ ଏବଂ ଉପଯୁକ୍ତ ସମୟରେ ସ୍ବାସ୍ଥ୍ୟସେବା ମଧ୍ୟ ମିଳୁନାହିଁ। ତେଣୁ ଗମନାଗମନ ବ୍ୟବସ୍ଥା ସୁଧାରିବା ସହିତ ଲାମ୍ବେରୀ ଗାଁକୁ ସ୍ବାସ୍ଥ୍ୟସେବା ନିୟମିତ କରିବା ପାଇଁ ଦାବି କରିଛନ୍ତି ଅନିଲ। ଏନେଇ ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କୁ ପଚାରିବାରୁ ସେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ.ଲାଲମୋହନ ରାଉତରାୟଙ୍କୁ ଫୋନ୍‌ କରି ଲାମ୍ବେରୀକୁ ସ୍ବାସ୍ଥ୍ୟ ଟିମ୍‌ ପଠାଇବାକୁ କହିଥିଲେ ଏବଂ ସେ ରବିବାର ଉକ୍ତ ଗାଁକୁ ଯିବେ ବୋଲି ସୂଚନା ଦେଇଛନ୍ତି। ଅନ୍ୟପଟେ ଲାମ୍ବେରୀ ଗାଁରେ ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ଖବର ପାଇଁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସିଂ ତୁରନ୍ତ ସେଠାକୁ ଟିମ୍‌ ପଠାଇବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ନିର୍ଦ୍ଦେଶ ପାଇବା ପରେ ସିଡିଏମ୍‌ଓ ଡ.ରାଉତରାୟ ଲାମ୍ବେରୀକୁ ସ୍ବାସ୍ଥ୍ୟ ଟିମ୍‌ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri