ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଉର୍ମିଳା ରାଉତ(୪୯) ଏବଂ ସ୍ବର୍ଗତ କାଶୀନାଥ ପ୍ରଧାନଙ୍କ ପୁଅ ଗୋପୀନାଥ ପ୍ରଧାନ(୬୦) ଦନ୍ତା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ରବିବାର ଭୋର ପ୍ରାୟ ୬ ଟାରେ ଏହି ଦୁଃଖଦ ଘଟଣା ଘଟିଛି ।

ଉଭୟେ ଗାଁ ନିକଟ ପରିବା ବଗିଚାରେ କାମ କରୁଥିବା ବେଳେ ନିକଟସ୍ଥ ଘୋଡ଼ାହାଡ଼ ନଦୀ ପଠାରୁ ହାତୀଟି ବାଡ଼ ଭିତରକୁ ଆସି ଉଭୟଙ୍କୁ ଗୋଡ଼ାଇ ଥିଲା। ପ୍ରାଣ ଭୟରେ ଉଭୟେ ଦୌଡୁଥିବା ବେଳେ ଜମିହିଡ ରାସ୍ତାରେ ଝୁଣ୍ଟି ତଳେ ପଡ଼ିଯାଇଥିଲେ। ଆଖପାଖରେ ଥିବା ଲୋକେ ପାଟି କରୁଥିଲେ ମଧ୍ୟ ପ୍ରଥମେ ହାତୀଟି ଉର୍ମିଳାଙ୍କୁ ପାଦରେ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିଲା। ପରେ ଗୋପୀନାଥଙ୍କୁ ଗୋଡ଼ାଇ ହାତୀ ତାର ଶୁଣ୍ଢରେ ଦୁଇଥର କିଛିଦୂରକୁ ଫୋପାଡି ନିକଟସ୍ଥ ଜଙ୍ଗଲକୁ ପଳାଇଥିଲା ବୋଲି କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ତାଙ୍କୁ ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ଖବରପାଇ ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଏନେଇ ଏତଲା ହେବାପରେ ଦିଗପହଣ୍ଡି ପୋଲିସ ୭/୨୬ ଏବଂ ୮/୨୬ ଦୁଇଟି ପୃଥକ ଅପମୃତ୍ୟୁ ମାମଲା ରୁଜୁ କରି ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ହେବାପରେ ମୃତଦେହ ଦୁଇଟିକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ଗତ ପ୍ରାୟ ୧ ମାସ ହେଲା ହାତୀଟି ଗଜପତି ଜିଲା ଲଖାରୀ ହାତୀ ଅଭୟାରଣ୍ୟରୁ ଗୋଠ ଛଡ଼ା ହୋଇ ଗଜପତି ଜିଲା ତପ୍ତପାଣି ନିକଟ ଝାଟିକାବାଡ଼ ଜଙ୍ଗଲ ଦେଇ ଗଞ୍ଜାମ ଜିଲା ଭୀଷ୍ମଗିରି, ଚଷାନିମଖଣ୍ଡି, ସହଦେବ ଟିକରପଡ଼ା, ନିମଖଣ୍ଡି ପେଣ୍ଠ ପ୍ରଭୃତି ଇଲାକାରେ ଆତଙ୍କ ଚଳାଇଥିଲା। ଚନ୍ଦ୍ରଗିରି ରେଞ୍ଜ ଭୀଷ୍ମଗିରି ସେକ୍ସନ ଅଧିନ ବନ କର୍ମଚାରୀ ବୃନ୍ଦ ତାଲିମପ୍ରାପ୍ତ ହାତୀ ଟ୍ରାକରଙ୍କ ସହାୟତାରେ ହାତୀକୁ ପୁଣି ଥରେ ଜଙ୍ଗଲ ମଧ୍ୟକୁ ଘଉଡାଇ ଦେଇଥିଲେ । ହାତୀଟି ପୁଣି ଜଙ୍ଗଲରୁ ଫେରି ଆସିଥିବା ସନ୍ଦେହ କରାଯାଉଛି।

ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ ଦିଗପହଣ୍ଡି ବନାଞ୍ଚଳ ପାଟପୁର ସେକ୍ସନ ରତନେଇ ରେଖାଙ୍କିତ ଜଙ୍ଗଲରେ  ୪ ହାତୀ ରହୁଛନ୍ତି । ଏହି ପଲରୁ ଜଲମେରୀ ପଲ୍ଲୀ ଅଞ୍ଚଳକୁ ହାତୀ ଯାଇଛି କି ନାହିଁ ସେନେଇ ବନ କର୍ମଚାରୀ ମାନଙ୍କ ପକ୍ଷରୁ ଟ୍ରାକିଂ ଚାଲିଥିବା ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ ସାହୁ କହିଛନ୍ତି। ଅପରପକ୍ଷରେ ଆବଶ୍ୟକ ପାଣି ଓ ଖାଦ୍ୟାଭାବ କାରଣରୁ ହାତୀ ଜନବସତିକୁ ମାଡି ଆସୁଛନ୍ତି । ବିଗତ ୨୦ ବର୍ଷ ମଧ୍ୟରେ ବ୍ୟାପକ ଜଙ୍ଗଲ ନଷ୍ଟ ସହ ହାତୀ ଭଳି ବନ୍ୟଜନ୍ତୁଙ୍କ ବାସସ୍ଥଳୀ ନଷ୍ଟ କରାଯାଇ ସଂରକ୍ଷିତ ଲଖାରୀ ହାତୀ ଅଭୟାରଣ୍ୟ ଭିତରେ ବେଆଇନ ଭାବେ ଅନେକ ଜନବସତି ଗଢ଼ି ଉଠିଥିବା ଜାଣିବାକୁ ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ବଡ଼ ବିବାଦ: କପିଲ ଦେବ-ସୁନୀଲ ଗାଭାସ୍କରଙ୍କ ମଧ୍ୟରେ ୨୫ ବର୍ଷ ଧରି ସମ୍ପର୍କ ଥିଲା ଏମିତି

ନୂଆଦିଲ୍ଲୀ,୨୭।୧୦: ଯୁକ୍ତରାଷ୍ଟ୍ର ଆମେରିକା (USA) ଏବଂ ସୋଭିଏତ ୟୁନିଅନ (USSR) ମଧ୍ୟରେ ହୋଇଥିବା ‘ଶୀତଳ ଯୁଦ୍ଧ’ (Cold War) ବିଷୟରେ ସମସ୍ତେ ଅବଗତ ଅଛନ୍ତି। ଯଦିଓ ଏହି…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର…

ଗବେଷଣାରୁ ଖୁଲାସା; ମୃତ୍ୟୁ ପରେ ଶବ୍ଦକରେ ମନୁଷ୍ୟ ଶରୀର, ୧୬ ମାସ ପର୍ଯ୍ୟନ୍ତ….

ଅଷ୍ଟ୍ରେଲିଆ,୨୭।୧୦: ମୃତ୍ୟୁ ପରେ ମଧ୍ୟ ମନୁଷ୍ୟ ଶରୀର ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୁଏ ନାହିଁ । ବରଂ ଏହା ଭିତରେ ଏକ ଭିନ୍ନ ପ୍ରକ୍ରିୟା ଚାଲୁ ରହେ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?