ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୨ ମୃତ, ୫ ଆହତ

କାଲିମେଳା, ୩୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଭେଜାଙ୍ଗିୱାଡl ଓ ବଦଲିଗୁଡା ଗ୍ରାମ ମଧ୍ୟରେ ଶୁକ୍ରବାର ଅପରାହ୍ନ ୧ଟାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟିପଡିଛି। ଫଳରେ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଏମ୍‌ପିଭି-୨୯ ଗ୍ରାମର ଶ୍ୟାମାପଦ ବୈଦ୍ୟଙ୍କ ପୁଅ ସେନାଶିଷ ବୈଦ୍ୟ (୨୦) ଏବଂ ବ୍ରଜେନ ଢାଲିଙ୍କ ପୁଅ କିଶୋର ଢାଲି (୨୫)। ଏଥିରେ ୫ଜଣ ଆହତ ହୋଇଛନ୍ତି। ସେମାନେ ହେଲେ କିଶୋର ଢାଲି, ସେନାଶିଷ ବୈଦ୍ୟ, ବିଷ୍ଣୁ ମଣ୍ଡଳ, ଆନିବେସ ଶର୍କରା ଓ ଅନୁପ ମିସ୍ତ୍ରି ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣ ନାବାଳକ ରହିଛନ୍ତି।
ଖବରରୁ ଜଣାପଡିଛି, କାଲିମେଳା ଥାନା ଭେଙ୍କଟପାଲମ ପଞ୍ଚାୟତ ଅନ୍ତର୍ଗତ ଏମ୍‌ପିଭି-୨୯ ଗ୍ରାମରୁ ୭ ଜଣ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ଭେଜାଙ୍ଗିୱାଡା ପଞ୍ଚାୟତ ବଦଲିଗୁଡା ନିକଟକୁ କେନ୍ଦୁପତ୍ର ବିକ୍ରି କରିବାକୁ ଯାଇଥିଲେ। ସେଠାରୁ ବିକ୍ରି ସାରି ଗ୍ରାମକୁ ଫେରୁଥିବା ସମୟରେ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଥିଲା। ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ଆନିମେସଙ୍କ ବ୍ୟତୀତ ଅନ୍ୟ ୪ ଜଣଙ୍କୁ ଆମ୍ବୁଲାନ୍ସ ଯୋଗେ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାଗସ୍ତ ଭ୍ୟାନ୍‌ଟି ଏମ୍‌ପିଭି- ୨୯ ଗ୍ରାମର କମଲ ମଣ୍ଡଳଙ୍କର ବୋଲି ଜଣାପଡିଛି। କାଲିମେଳା ପୋଲିସ ଗାଡି ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri