କାଳ ସାଜିଲା ବଜ୍ରପାତ

ପାରଳାଖେମୁଣ୍ଡି/ହିଞ୍ଜିଳିକାଟୁ/ପୋଲିସରା,୩୦ା୬: ଗଜପତି ଓ ଗଞ୍ଜାମ ଜିଲାରେ ବୁଧବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲା ତାଟିପୋଟି ଗ୍ରାମର ବି.ଜନାର୍ଦ୍ଦନ ଓ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଚନ୍ଦ୍ରଶେଖର ମାର୍ଗର ଶିବରାମ ଗଉଡ। ଜନାର୍ଦ୍ଦନଙ୍କ ସ୍ତ୍ରୀ ବି.ପୂର୍ଣ୍ଣା ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଜନାର୍ଦ୍ଦନ ଓ ତାଙ୍କ ସ୍ତ୍ରୀ ପୂର୍ଣ୍ଣା ବିଲରେ ବିହନ ପକାଇବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ଦମ୍ପତି ଅଚେତ ହୋଇପଡ଼ିଥିଲେ। ଉଭୟଙ୍କୁ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଲା। ସେଠାରେ ଜନାର୍ଦ୍ଦନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରାଣ୍ଡି ପୋଲିସ ପହଞ୍ଚତ୍ ମୃତହେଦ ଜବତ କରି ଏକ ଅପମୃତ୍ୟୁ ମାମଲା(ନଂ. ୧୦/୨୧) ରୁଜୁ କରିଛି।

ସେହିପରି ଶିବରାମ ଗାଁ ନିକଟ ଗହିରମାଳରେ ଗାଈ ଚରାଇବାକୁ ଯାଇଥିଲେ। ଏହି ସମୟରେ ବଜ୍ରାଘାତ ହେବାରୁ ସେ ଅଚେତ ହୋଇପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତର ମୃତ ଘୋଷଣା କରିଥିଲେ। ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା, ରାଜସ୍ବ ନିରୀକ୍ଷକ ଅରବିନ୍ଦ ଦାସ, ଏସ୍‌ଆଇ ରାଘବ ପ୍ରଧାନ ପ୍ରମୁଖ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାରକୁ ରେଡକ୍ରସ୍‌ ତରଫରୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ। ହିଞ୍ଜିଳି ପୋଲିସ ଏକ ମାମଲା
(ନଂ. ୬/୨୧) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ସେହିପରି ଗଞ୍ଜାମ ଜିଲା ପୋଲସରା ବ୍ଲକ ବୁଢ଼େଇଶୁଣୀ ଗ୍ରାମରେ ବଜ୍ରପାତରେ ରୋହିତ ମହାପାତ୍ରଙ୍କ ଗୋଟିଏ ଗାଈର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri